Posted inଜାତୀୟ

ଅଧ୍ୟକ୍ଷ ଦୌଡରେ ଦିଗ୍‌ବିଜୟ ସାମିଲ

ନୂଆଦିଲ୍ଲୀ,୨୮।୯:କଂଗ୍ରେସ ସଭାପତି ପଦ ଦୌଡ଼ରେ ଲଗାତର ନୂଆ ନାମ ଯୋଡାଯାଉଛି। ବର୍ତ୍ତମାନ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ନାମ ମଧ୍ୟ ଏହି ଦୌଡ଼ରେ ସାମିଲ ହୋଇଛି। ସେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବେ। ରାହୁଲ ଗାନ୍ଧୀଙ୍କ ସହ ଭାରତ ଯୋଡୋ ଯାତ୍ରାରେ ସାମିଲ ଥିବା ଦିଗବିଜୟ ଗୁରୁବାର ସନ୍ଧ୍ୟା ସୁଦ୍ଧା ଦିଲ୍ଲୀ ଫେରିବେ ଏବଂ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ଏଭଳି ପରିସ୍ଥିତିରେ ଦିଗବିଜୟଙ୍କ ସହ ଗାନ୍ଧୀ ପରିବାରର ସମର୍ଥନ ଅଛି କି ବୋଲି ପ୍ରଶ୍ନ ଉଠିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପକ୍ଷରେ, ସେପ୍ଟେମ୍ବର ୩୦ରେ ଦିନ ୧୨.୩୦ରେ ସେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଶଶି ଥରୁର ସ୍ପଷ୍ଟ କରିଛନ୍ତି।
ସୂଚନାଯୋଗ୍ୟ, ଗାନ୍ଧୀ ପରିବାରର ସମର୍ଥନରେ ଅଶୋକ ଗେହଲଟ ଅଧ୍ୟକ୍ଷ ନିର୍ବାଚନ ଲଢି ଜିତିବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଗେହଲଟ କ୍ୟାମ୍ପ୍‌ର ୮୨ ଜଣ ବିଧାୟକ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ବିରୋଧରେ ଇସ୍ତଫା ଦେଇଥିଲେ। ସେବେଠାରୁ ସବୁ ଓଲଟପାଲଟ ହୋଇଥିଲା। ଏହି କାର୍ଯ୍ୟକୁ ଗାନ୍ଧୀ ପରିବାର ପସନ୍ଦ କରିନାହିଁ। ଗେହଲଟଙ୍କଠାରୁ ଏପରି ଆଶା କରାଯାଉ ନ ଥିଲା ବୋଲି ଖୋଦ ସୋନିଆ ଗାନ୍ଧୀ କହିଛନ୍ତି।
ଅଶୋକ ଗେହଲଟ ଆଜି ସା ସୁଦ୍ଧା ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କୁ ଭେଟିବେ। ଏହା ପରେ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଏବଂ ଅଧ୍ୟକ୍ଷ ପଦକୁ ଏକ ବଡ଼ ଘୋଷଣା କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri