Posted inଜାତୀୟ

ବଦଳିଲା ଦିଗ୍‌ବିଜୟ ସିଂଙ୍କ ସ୍ବର

ନୂଆଦିଲ୍ଲୀ,୨୪।୧: କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ସର୍ଜିକାଲ ଷ୍ଟ୍ରାଇକ ଉପରେ ପ୍ରଶ୍ନ ଉଠାଇ ଏକ ନୂଆ ବିବାଦ ସୃଷ୍ଟି କରିଛନ୍ତି। ଦିଗ୍‌ବିଜୟଙ୍କ ମନ୍ତବ୍ୟକୁ ନେଇ କେବଳ ଭାଜପା ତାଙ୍କୁ ଟାର୍ଗେଟ୍‌ କରିନାହିଁ, ତାଙ୍କ ଦଳ କଂଗ୍ରେସ ମଧ୍ୟ ଏଥିରୁ ନିଜକୁ ଦୂରେଇ ରଖିଛି। ବିବାଦ ପରେ ଏବେ ଦିଗବିଜୟ ନିଜର ସ୍ବର ମଧ୍ୟ ବଦଳାଇ ଦେଇଥିବା ଜଣାପଡିଛି। ସୁରକ୍ଷାକର୍ମୀଙ୍କ ପ୍ରତି ତାଙ୍କର ଯଥେଷ୍ଟ ସମ୍ମାନ ରହିଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଆତଙ୍କବାଦୀ ଆକ୍ରମଣ ପରେ ୨୦୧୬ରେ ଭାରତ ପାକିସ୍ତାନ ବିରୋଧରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିଥିବାର କୌଣସି ପ୍ରମାଣ ନାହିଁ ବୋଲି ଦିଗ୍‌ବିଜୟ କହିଥିଲେ। ଜମ୍ମୁରେ ସୋମବାର ଉଦ୍‌ବୋଧନ ଦେଇ କଂଗ୍ରେସ ନେତା କହିଥିଲେ, ସର୍ଜିକାଲ ଷ୍ଟ୍ରାଇକ୍‌ରେ ଅନେକ ଆତଙ୍କବାଦୀଙ୍କୁ ନିପାତ କରିଥିବା କେନ୍ଦ୍ର ସରକାର ଦାବି କରୁଛନ୍ତି, ଯାହାର କୌଣସି ପ୍ରମାଣ ନାହିଁ। ଭାଜପାର ଶାସନ ମିଥ୍ୟା ଉପରେ ଆଧାରିତ ବୋଲି ଦିଗ୍‌ବିଜୟ କହିବା ସହ ୨୦୧୯ରେ ପୁଲ୍‌ଓ୍ବାମାରେ ଆତଙ୍କବାଦୀ ଆକ୍ରମଣରେ ୪୪ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ଘଟଣାରେ କେନ୍ଦ୍ରକୁ ଟାର୍ଗେଟ କରିଥିଲେ। ଭାରତର ସଶସ୍ତ୍ର ବଳ ଉପରେ ପ୍ରଶ୍ନ ଉଠାଇଥିବା ଦିଗ୍‌ବିଜୟଙ୍କୁ ଭାଜପା ସମାଲୋଚନା କରିଥିଲା।
କଂଗ୍ରେସର ସାଧାରଣ ସଂପାଦକ ଜୟରାମ ରମେଶ ମଧ୍ୟ ଦିଗ୍‌ବିଜୟଙ୍କ ଏହି ବିବୃତ୍ତି ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ଦ୍ୱାରା ଦିଆଯାଇଥିବା ମନ୍ତବ୍ୟ ସମ୍ପୂର୍ଣ୍ଣ ବ୍ୟକ୍ତିଗତ। ୟୁପିଏ ସରକାର ମଧ୍ୟ ୨୦୧୪ ପୂର୍ବରୁ ସର୍ଜିକାଲ ଷ୍ଟ୍ରାଇକ କରିଥିଲେ। କଂଗ୍ରେସ ଦେଶ ହିତ ପାଇଁ ଯେକୌଣସି ପ୍ରକାରର ସାମରିକ କାର୍ଯ୍ୟାନୁଷ୍ଠାନ ସମର୍ଥନ କରେ ଏବଂ ଆଗକୁ ମଧ୍ୟ ଜାରି ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri