Posted inଜାତୀୟ

ବଦଳିଲା ଦିଗ୍‌ବିଜୟ ସିଂଙ୍କ ସ୍ବର

ନୂଆଦିଲ୍ଲୀ,୨୪।୧: କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ସର୍ଜିକାଲ ଷ୍ଟ୍ରାଇକ ଉପରେ ପ୍ରଶ୍ନ ଉଠାଇ ଏକ ନୂଆ ବିବାଦ ସୃଷ୍ଟି କରିଛନ୍ତି। ଦିଗ୍‌ବିଜୟଙ୍କ ମନ୍ତବ୍ୟକୁ ନେଇ କେବଳ ଭାଜପା ତାଙ୍କୁ ଟାର୍ଗେଟ୍‌ କରିନାହିଁ, ତାଙ୍କ ଦଳ କଂଗ୍ରେସ ମଧ୍ୟ ଏଥିରୁ ନିଜକୁ ଦୂରେଇ ରଖିଛି। ବିବାଦ ପରେ ଏବେ ଦିଗବିଜୟ ନିଜର ସ୍ବର ମଧ୍ୟ ବଦଳାଇ ଦେଇଥିବା ଜଣାପଡିଛି। ସୁରକ୍ଷାକର୍ମୀଙ୍କ ପ୍ରତି ତାଙ୍କର ଯଥେଷ୍ଟ ସମ୍ମାନ ରହିଥିବା ସେ କହିଛନ୍ତି।
ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଆତଙ୍କବାଦୀ ଆକ୍ରମଣ ପରେ ୨୦୧୬ରେ ଭାରତ ପାକିସ୍ତାନ ବିରୋଧରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିଥିବାର କୌଣସି ପ୍ରମାଣ ନାହିଁ ବୋଲି ଦିଗ୍‌ବିଜୟ କହିଥିଲେ। ଜମ୍ମୁରେ ସୋମବାର ଉଦ୍‌ବୋଧନ ଦେଇ କଂଗ୍ରେସ ନେତା କହିଥିଲେ, ସର୍ଜିକାଲ ଷ୍ଟ୍ରାଇକ୍‌ରେ ଅନେକ ଆତଙ୍କବାଦୀଙ୍କୁ ନିପାତ କରିଥିବା କେନ୍ଦ୍ର ସରକାର ଦାବି କରୁଛନ୍ତି, ଯାହାର କୌଣସି ପ୍ରମାଣ ନାହିଁ। ଭାଜପାର ଶାସନ ମିଥ୍ୟା ଉପରେ ଆଧାରିତ ବୋଲି ଦିଗ୍‌ବିଜୟ କହିବା ସହ ୨୦୧୯ରେ ପୁଲ୍‌ଓ୍ବାମାରେ ଆତଙ୍କବାଦୀ ଆକ୍ରମଣରେ ୪୪ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ଘଟଣାରେ କେନ୍ଦ୍ରକୁ ଟାର୍ଗେଟ କରିଥିଲେ। ଭାରତର ସଶସ୍ତ୍ର ବଳ ଉପରେ ପ୍ରଶ୍ନ ଉଠାଇଥିବା ଦିଗ୍‌ବିଜୟଙ୍କୁ ଭାଜପା ସମାଲୋଚନା କରିଥିଲା।
କଂଗ୍ରେସର ସାଧାରଣ ସଂପାଦକ ଜୟରାମ ରମେଶ ମଧ୍ୟ ଦିଗ୍‌ବିଜୟଙ୍କ ଏହି ବିବୃତ୍ତି ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ଦ୍ୱାରା ଦିଆଯାଇଥିବା ମନ୍ତବ୍ୟ ସମ୍ପୂର୍ଣ୍ଣ ବ୍ୟକ୍ତିଗତ। ୟୁପିଏ ସରକାର ମଧ୍ୟ ୨୦୧୪ ପୂର୍ବରୁ ସର୍ଜିକାଲ ଷ୍ଟ୍ରାଇକ କରିଥିଲେ। କଂଗ୍ରେସ ଦେଶ ହିତ ପାଇଁ ଯେକୌଣସି ପ୍ରକାରର ସାମରିକ କାର୍ଯ୍ୟାନୁଷ୍ଠାନ ସମର୍ଥନ କରେ ଏବଂ ଆଗକୁ ମଧ୍ୟ ଜାରି ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri