ଇମୋଶନାଲ କଲା ‘ଦିଲ୍‌ ବେଚାରା’ର ଟାଇଟେଲ ଟ୍ରାକ୍‌

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ର ଟାଇଟେଲ ଟ୍ରାକ୍‌ ରିଲିଜ୍‌ ହୋଇସାରିଛି। ଆଉ ଏହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ଗୋଟିଏ ଦିନ ପୂର୍ବରୁ ଏହାର ଟିଜର ରିଲିଜ୍‌ ହୋଇଥିବା ବେଳେ ଏବେ ଏହାର ଟାଇଟେଲ୍‌ ଟ୍ରାକ୍‌ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ଏହା ସୁଶାନ୍ତଙ୍କ ଜୀବନର ଶେଷ ଫିଲ୍ମ ହୋଇଥିବାରୁ ଦର୍ଶକେ ଏହାର ଟାଇଟେଲ ଟ୍ରାକ୍‌ ଦେଖିବା ପରେ ଇମୋଶନାଲ ହୋଇଯାଇଛନ୍ତି। ଏହି ଗୀତକୁ ଫରହା ଖାଁ କୋରିଓଗ୍ରାଫ କରିଥିବା ବେଳେ ଏହାକୁ ଦେଖି ଦର୍ଶକେ ସୋସିଆଲ ମିଡିଆରେ ସୁଶାନ୍ତଙ୍କ ଟ୍ୟାଲେଣ୍ଟର ପ୍ରଶଂସା କରି ଚାଲିଛନ୍ତି। ସୁଶାନ୍ତ ଓ ସଞ୍ଜନାଙ୍କ ଅଭିନୀତ ଏହି ଗୀତଟି ଫାଷ୍ଟ ଟେକ୍‌ରେ ହିଁ ଓକେ ହୋଇଥିବା କୁହାଯାଏ। ଏହାସହ ଏହି ଗୀତ ପାଇଁ କୋରିଓଗ୍ରାଫର ଫରହା ଖାଁ କୁହାଡେ ଆଦୌ କୌଣସି ପାରିଶ୍ରମିକ ନେଇ ନାହାନ୍ତି। ଏହାକୁ ଏଆର୍‌ ରହମାନ, ସଞ୍ଜନା ସାନ୍ଧିଙ୍କ ସମେତ ଆହୁରି କେତେଜଣ ସେଲିବ୍ରିଟି ଟୁଇଟ୍‌ କରିଛନ୍ତି। ଟୁଇଟରରେ ଏହାକୁ ଜବରଦସ୍ତ ରେସ୍‌ପନ୍ସ ମିଳୁଥିବା ବେଳେ ସୁଶାନ୍ତଙ୍କ ଡ୍ୟାନ୍ସକୁ ଖୁବ୍‌ ପସନ୍ଦ କରିଛନ୍ତି ଦର୍ଶକେ। ଫିଲ୍ମର ସମସ୍ତ ଗୀତକୁ ରହେମାନ କମ୍ପୋଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri