୨୦ରେ ଜୀ ସାର୍ଥକର ‘ଦିଲ୍‌ ମୋର ମାନେନା’

ଭୁବନେଶ୍ୱର,୧୪।୧୧: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଘରୋଇ ଟିଭି ଚ୍ୟାନେଲ ଜି ସାର୍ଥକର ବହୁ ପ୍ରତୀକ୍ଷିତ ସୁପରହିଟ ଓଡ଼ିଆ ଚଳଚ୍ଚିତ୍ର ‘ଦିଲ୍‌ ମୋର ମାନେନା’ ଆସନ୍ତା ରବିବାର (ନଭେମ୍ବର-୨୦) ସା ୬ଟା ୩୦ରେ ଓ୍ବାର୍ଲଡ ଟେଲିଭିଜନ ପ୍ରିମିୟର ହେବାକୁ ଯାଉଛି। ବିଶେଷକରି ଓଲିଉଡ୍‌ର ସୁପରିଚିତ ନିର୍ଦ୍ଦେଶକ ହିମାଂଶୁ ପରିଜା(ଚଣ୍ଡୀ)ଙ୍କ ବଳିଷ୍ଠ ନିର୍ଦ୍ଦେଶନାରେ ଯୁବ କଳାକାର ଶିବାନୀ ଏବଂ ସ୍ବରାଜଙ୍କ ଅଭିନୀତ ଉକ୍ତ ଚଳଚ୍ଚିତ୍ରଟି ଓଡ଼ିଆ ଦର୍ଶକଙ୍କୁ ବେଶ୍‌ ବାନ୍ଧି ରଖିବ ବୋଲି ଜୀ ସାର୍ଥକ ପକ୍ଷରୁ ଆଶା କରାଯାଉଛି। ସେହିଭଳି ବସନ୍ତରାଜ ସାମଲ ଉକ୍ତ ଚଳଚ୍ଚିତ୍ର ପାଇଁ ଗୀତ ରଚନା କରିଥିବା ବେଳେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଗୀତଗୁଡିକ ବେଶ୍‌ ଲୋକପ୍ରିୟ ହୋଇପାରିଛି ଏବଂ ମାଷ୍ଟର ମୁରଲୀ ଉକ୍ତ ସିନେମାର ନୃତ୍ୟ ସଂଯୋଜନା କରିଛନ୍ତି।

ସେହିପରି ଏକ ବଳିଷ୍ଠ ପ୍ରେମ କାହାଣୀ ଉପରେ ଆଧାରିତ ଉକ୍ତ ସିନେମାର କାହାଣୀ ବେଶ୍‌ ରୋମାଞ୍ଚକ ରହିଛି, ଅନେକ ବାଧା ବିଘ୍ନ ସତ୍ତ୍ୱେ ପ୍ରେମ କିପରି ଭାବେ ସମସ୍ତଙ୍କର ହୃଦୟ ଜିତିଛି ତାହା ହିଁ ଉକ୍ତ ଚଳଚ୍ଚିତ୍ରର କାହାଣୀର ମୁଖ୍ୟ ପୃଷ୍ଠଭୂମି ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି। ଉକ୍ତ ଚଳଚ୍ଚିତ୍ରଟି ଦର୍ଶକଙ୍କୁ ଭାବପ୍ରବଣତାରେ ବାନ୍ଧି ରଖିବା ସହ ଭରପୂର ମନୋରଞ୍ଜନ ଯୋଗାଇବ ବୋଲି ସିନେମାର ନିର୍ଦ୍ଦେଶକ ପରିଜା ମତବ୍ୟକ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଏହା ପୂର୍ବରୁ ଉକ୍ତ ସିନେମାଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରି ବିପୁଳ ପରିମାଣର ବ୍ୟବସାୟୀକ ସଫଳତା ପାଇସାରିଛି। ଏପରିକି ଉକ୍ତ ସିନେମାର ୱାର୍ଲଡ ଟେଲିଭିଜନ ପ୍ରିମିୟର ମଧ୍ୟ ଅନୁରୂପ ସଫଳତା ପ୍ରଦର୍ଶନ କରିବ ବୋଲି ଜୀ ସାର୍ଥକର ବ୍ୟବସାୟିକ ମୁଖ୍ୟ ପ୍ରତୀକ ସିଲ୍‌ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri