ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ କୁମାରଙ୍କ ପ୍ରସ୍ତାବକ୍ରମେ ସାଂସଦ ଆଞ୍ଚଳିକ ଉନ୍ନୟନ ପାଣ୍ଠି (MPLADS) ୨୦୨୫-୨୬ ଯୋଜନାରୁ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ITDA) ଦ୍ୱାରା ମାଣିକେଶ୍ୱରୀ ମନ୍ଦିର ନିକଟରେ ନୂତନ ସୌର ହାଇମାକ୍ସ ଲାଇଟ୍ ଯୋଗାଣ ଓ ସ୍ଥାପନ କରାଯାଇଛି। ମାତ୍ର ଏହା କାର୍ଯ୍ୟକ୍ଷମ ହେବା ଦିନଠାରୁ ହିଁ ବିକଳ ଅବସ୍ଥାରେ ରହିଛି। ଏହି ସୋଲାର ଲାଇଟ୍‌ଟି ନିୟମିତ ନଜଳି କେବେ ଜଳୁଛି ତ କେବେ ସମ୍ପୂର୍ଣ୍ଣ ବନ୍ଦ ରହୁଛି। ସାମାନ୍ୟ ବର୍ଷା ହେଲେ ହିଁ ସୋଲାର ଲାଇଟ୍ କାମ କରୁ ନଥିବାରୁ ଏତେ ବଡ଼ ବ୍ୟୟବହୁଳ ୧୦ ଲକ୍ଷ ଟଙ୍କାର ପ୍ରକଳ୍ପର ସ୍ଥାୟିତ୍ୱ ଓ ନିର୍ମାଣ ମାନକୁ ନେଇ ସାଧାରଣରେ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ମାଣିକେଶ୍ୱରୀ ମନ୍ଦିର ପାଖରେ ପୂର୍ବରୁ ଲଗାଯାଇଥିବା ଆଉ ଏକ ହାଇମାକ୍ସ ଲାଇଟ୍ ମଧ୍ୟ ଦୀର୍ଘ ଦିନରୁ ସମ୍ପୂର୍ଣ୍ଣ ଅକାମୀ ହୋଇ ପଡ଼ିରହିଛି। ଅନ୍ୟପଟେ ସ୍ଥାନୀୟ ଜେ.ଏମ୍‌.ଏଫ୍‌.ସି. (JMFC) କୋର୍ଟ ସାମ୍ନାରେ ଥିବା ହାଇମାକ୍ସ ଲାଇଟ୍‌ଟି ମଧ୍ୟ କେତେକ ମାସ ହେଲା ଅଚଳ ହୋଇପଡ଼ିଛି। ଫଳରେ ରାତ୍ରି ସମୟରେ ଆଇନଜୀବୀ, କୋର୍ଟକୁ ଆସୁଥିବା ସାଧାରଣ ଜନତା ଏବଂ ସ୍ଥାନୀୟ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ତହସିଲ ଛକଠାରୁ ମାର୍କେଟ୍ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାରେ ରୋଡ୍ ଲାଇଟ୍ ସ୍ଥାପନ ପାଇଁ ସ୍ଥାନୀୟ ଲୋକେ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଫଳରେ ସଞ୍ଜ ନମାଉଣୁ ପୂରା ଥୁଆମୂଳ ରାମପୁର ବସ୍ତି, କୋର୍ଟ ପରିସର ଓ ମୁଖ୍ୟ ରାସ୍ତା ଘୋର ଅନ୍ଧାରରେ ବୁଡ଼ି ରହୁଛି। ଅନ୍ଧାର ଯୋଗୁ ସାଧାରଣ ଯାତାୟାତରେ ବାଧା ସୃଷ୍ଟି ହେବା ସହ ଦୁର୍ଘଟଣା ଏବଂ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାର ଭୟ ବଢ଼ିବାରେ ଲାଗିଛି।

ତେଣୁ ପ୍ରଶାସନ ତୁରନ୍ତ ୧୦ ଲକ୍ଷ ଟଙ୍କାର ନୂତନ ସୋଲାର ଲାଇଟ୍‌ର ତ୍ରୁଟି ସୁଧାରିବା ସହ ଅନ୍ୟ ସମସ୍ତ ଅଚଳ ଲାଇଟ୍‌ର ମରାମତି ଏବଂ ମୁଖ୍ୟ ରାସ୍ତାରେ ନୂତନ ରୋଡ୍ ଲାଇଟ୍ ଲଗାଇବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri