Posted inଖେଳ

ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ ଅଗ୍ରସର ହୋଇଛନ୍ତି। ଖେଳାଳି ଭାବେ ବେଶ୍‌ ସୁନାମ ଅର୍ଜନ କରିଥିବା ଦିଲୀପ ରବିବାର ହକି ଇଣ୍ଡିଆର ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ସମୟର ଫଟୋକୁ ଦିଲୀପ ନିଜ ଫେସବୁକ୍‌ ପେଜ୍‌ ଏବଂ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ହକିକୁ ଏକ ଭିନ୍ନ ସୋପାନକୁ ନେବା ତାଙ୍କର ମୁଖ୍ୟ ଲକ୍ଷ୍ୟ ରହିବ ବୋଲି ଦିଲୀପ ପ୍ରକାଶ କରିଛନ୍ତି। ରବିବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିବସ ଥିଲା। ହକି ଇଣ୍ଡିଆ ନିର୍ବାଚନ ଅକ୍ଟୋବର ୧ରେ ଅନୁଷ୍ଠିତ ହେବ।
ଭାରତୀୟ ହକିରେ ଦିଲୀପ ଜଣେ ପରିଚିତ ନାମ। ଦୀର୍ଘ ୧୫ ବର୍ଷର କ୍ୟାରିୟରରେ ସେ ୪୧୨ଟି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ସେ ୩ଟି ଅଲିମ୍ପିକ୍ସରେ ଭାରତକୁ ପ୍ରତିନିଧିତ୍ୱ କରିଛନ୍ତି। କେବଳ ସେତିକି ନୁହେଁ, ୨୦୦୪ ଏଥେନ୍ସ ଅଲିମ୍ପିକ୍‌ରେ ସେ ଦଳର ନେତୃତ୍ୱ ମଧ୍ୟ ନେଇଥିଲେ। ୨୦୧୨ରୁ ୨୦୧୮ ପର୍ଯ୍ୟନ୍ତ ସେ ରାଜ୍ୟ ସଭା ସଦସ୍ୟ ଥିଲେ। ଗତ ଅଗଷ୍ଟରେ ହକି ଇଣ୍ଡିଆ ଏହାର ନିର୍ବାଚନ ପରିଚାଳନା ପାଇଁ ଅଜୟ ନାୟକଙ୍କୁ ରିଟର୍ନିଂ ଅଫିସର ନିଯୁକ୍ତ କରିଥିଲା। ଅଜୟ ହେଉଛନ୍ତି ବିହାର ସରକାରଙ୍କ ପୂର୍ବତନ ଚିଫ୍‌ ଇଲେକ୍ଟୋରାଲ ଅଫିସର। ଏ.କେ. ମଜୁମ୍‌ଦାରଙ୍କୁ ସହକାରୀ ରିଟର୍ନିଂ ଅଫିସର ଭାବେ ନିଯୁକ୍ତ କରାଯାଇଛି।
ତାଙ୍କ ବିରୋଧୀ ପ୍ରାର୍ଥୀଙ୍କ ସମ୍ପର୍କରେ ବିଶେଷ କିଛି ସୂଚନା ଦେଇପାରି ନ ଥିଲେ ହେଁ ଦିଲୀପ ଆଗାମୀ ନିର୍ବାଚନରେ ନିଜର ସ୍ଥିତି ଦୃଢ଼ ଥିବା ଅନୁଭବ କରୁଛନ୍ତି। ”ମୁଁ କେତେକ ରାଜ୍ୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛି। ବେଙ୍ଗଲ, ଆସାମ, ମିଜୋରାମ, ଅରୁଣାଚଳ ପ୍ରଦେଶ, ତ୍ରିପୁରା ଆଦି ସମଗ୍ର ନର୍ଥ ଇଷ୍ଟ ରାଜ୍ୟଗୁଡ଼ିକ ମୋତେ ସମର୍ଥନ କରିଛନ୍ତି। ଏହା ବ୍ୟତୀତ ମୁଁ କେରଳ, ତାମିଲନାଡ଼ୁ, ରାଜସ୍ଥାନ ଆଦି କେତେକ ରାଜ୍ୟର ପ୍ରତିନିଧିଙ୍କ ସହିତ କଥା ହୋଇଛି। ସେଠାରୁ ସକାରାତ୍ମକ ସୂଚନା ମିଳିଥିବାରୁ ମୁଁ ଦୃଢ଼ନିଶ୍ଚିତ ଅଛି“ ବୋଲି ଦିଲୀପ କହିଛନ୍ତି। ”ହକି ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ମୁଁ ହକି ଇଣ୍ଡିଆ ସଭାପତି ପଦ ପାଇଁ ରବିବାର ପ୍ରାର୍ଥତ୍ପତ୍ର ଦାଖଲ କରିଛି। ହକି ମୋତେ ଅନେକ କିଛି ଦେଇଛି। ଦେଶ ପକ୍ଷରୁ ମୁଁ ଦୀର୍ଘଦିନ ଧରି ହକି ଖେଳିଛି ଏବଂ ଅବସର ପରେ ଏହି କ୍ରୀଡ଼ାର ବିକାଶ ପାଇଁ ଓଡ଼ିଶାରେ ଉଦ୍ୟମ ଜାରି ରଖିଛି। ଜାତୀୟ ସଂଘରେ ସମ୍ପୃକ୍ତ ରହିଲେ ହକିର ବିକାଶ ପାଇଁ ଅଧିକ ସୁଯୋଗ ମିଳିବ ବୋଲି ମୁଁ ଅନୁଭବ କରିଛି। ହକିକୁ ବହୁ ଉଚ୍ଚକୁ ନେବା ମୋର ଲକ୍ଷ୍ୟ“ ବୋଲି ଦିଲୀପ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri