ଚାଲିଗଲେ ଟ୍ରାଜେଡି କିଙ୍ଗ୍‌

ବଲିଉଡର ଭେଟେରାନ ଅଭିନେତା ଦିଲୀପ କୁମାରଙ୍କ ବୁଧବାର ସକାଳୁ ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ହେବ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୯୮ ବର୍ଷ ବୟସରେ ସେ ଦୁନିଆକୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି। କିଛି ଦିନ ପୂର୍ବରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ଦିଲୀପ କୁମାର ୧୧ ଡିସେମ୍ବର ୧୯୨୨ ରେ ପାକିସ୍ତାନରେ ଜନ୍ମଗ୍ରହଣ କରିଥିଲେ ଏବଂ ତାଙ୍କର ପ୍ରଥମ ନାମ ଥିଲା ୟୁସୁଫ ଖାନ। ପରେ ସେ ଦିଲୀପ କୁମାର ଭାବରେ ପରଦାରେ ସୁନାମ ଅର୍ଜନ କରିଥିଲେ। ଜଣେ ନିର୍ମାତାଙ୍କ ନିର୍ଦ୍ଦେଶରେ ସେ ତାଙ୍କ ନାମ ବଦଳାଇଲେ, ଯାହା ପରେ ଲୋକମାନେ ତାଙ୍କୁ ପରଦାରେ ଦିଲୀପ କୁମାର ଭାବରେ ଜାଣିବାକୁ ପାଇଲେ। ଦିଲୀପ କୁମାରଙ୍କ ପ୍ରାଥମିକ ଶିକ୍ଷା ନାଶିକରେ ହୋଇଥିଲା। ପରେ ସେ ଚଳଚ୍ଚିତ୍ରରେ ଅଭିନୟ କରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ୧୯୪୪ ଚଳଚ୍ଚିତ୍ର ଜୁଆର ଭଟାରେ ଡେବ୍ୟୁ କରିଥିଲେ। ପ୍ରାରମ୍ଭିକ ଚଳଚ୍ଚିତ୍ର ନ ଚାଲିବା ପରେ ଅଭିନେତ୍ରୀ ନୁର ଜାହାନଙ୍କ ସହ ତାଙ୍କର ଯୋଡି ହିଟ ହୋଇଥିଲା। ଚଳଚ୍ଚିତ୍ର ଜୁଗୁନ୍‌ ଦିଲୀପ କୁମାରଙ୍କ ପ୍ରଥମ ହିଟ ଫିଲ୍ମ ହେଲ। ତାଙ୍କର ଚଳଚ୍ଚିତ୍ର ମୁଗଲ-ଏ-ଆଜମ ସେହି ସମୟର ସର୍ବାଧିକ ଆୟ କରିଥିବା ଚଳଚ୍ଚିତ୍ର ଥିଲା। ଅଗଷ୍ଟ ୧୯୬୦ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ସେତେବେଳେ ସବୁଠାରୁ ମହଙ୍ଗା ଚଳଚ୍ଚିତ୍ର ଥିଲା।
ଦିଲୀପ କୁମାର ଆଠଟି ଫିଲ୍ମଫେୟାର ପୁରସ୍କାର ଜିତିଛନ୍ତି। ୧୯୯୧ରେ ଦିଲୀପ କୁମାରଙ୍କୁ ପଦ୍ମ ଭୂଷଣ ଏବଂ ୨୦୧୫ରେ ପଦ୍ମଭୂଷଣ ପ୍ରଦାନ କରାଯାଇଥିଲା। ୧୯୯୪ରେ, ତାଙ୍କୁ ଦାଦାସାହେବ ଫାଲକେ ପୁରସ୍କାର ପ୍ରଦାନ କରାଯାଇଥିଲା। ସେ ୨୦୦୦ ରୁ ୨୦୦୬ ପର୍ଯ୍ୟନ୍ତ ରାଜ୍ୟ ସଭାର ସଦସ୍ୟ ମଧ୍ୟ ଥିଲେ। ତାଙ୍କୁ ୧୯୯୮ ରେ ପାକିସ୍ତାନର ସର୍ବୋତ୍ତମ ନାଗରିକ ସମ୍ମାନ ନିଶାନ-ଇ-ଇମତିଆଜ ମଧ୍ୟ ପ୍ରଦାନ କରାଯାଇଥିଲା।
ଦିଲୀପ କୁମାରଙ୍କ ପରଲୋକରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ସେଲିବ୍ରିଟିମାନେ ସୋସିଆଲ ମିଡିଆ ପୋଷ୍ଟ ଶେୟାର କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ଗତ ବର୍ଷ ଦିଲୀପ କୁମାର ତାଙ୍କର ଦୁଇ ସାନଭାଇ ଅସଲମ ଖାନ (୮୮) ଏବଂ ଏହସାନ ଖାନ (୯୦) କରୋନାରେ ପ୍ରାଣ ହରାଇଥିଲେ। ଏହା ପରେ ସେ ନିଜ ଜନ୍ମଦିନ ଏବଂ ବିବାହ ବାର୍ଷିକୀ ମଧ୍ୟ ପାଳନ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?