ନିଜ ସମ୍ପତିକୁ ଉପହାରରେ ଦେବାକୁ ଚାହୁଁଛନ୍ତି ଦିଲିପ କୁମାର!

ଇସ୍‌ଲାମାବାଦ,୧୪ ।୨: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାରଙ୍କ ଜଣେ ବନ୍ଧୁ ଶୁକ୍ରବାର ଦାବି କରିଛନ୍ତି କି ପାକିସ୍ତାନରେ ଥିବା ଦିଲିପଙ୍କ ଏକ ଘରର ପାୱାର ଅଫ୍ ଆଟର୍ନି ତାଙ୍କ ନିକଟରେ ରହିଛି । ଦିଲିପ କୁମାର ତାଙ୍କ ପୈତୃକ ସମ୍ପତିକୁ ଉପହାରରେ ଦେବାକୁ ଚାହୁଁଥିଲେ । ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିର ପୂର୍ବତନ ଅଧ୍ୟକ୍ଷ ଫୁଆଦ ଇସାକଙ୍କ ନିକଟରେ ପେଶାୱରରେ ଥିବା ସମ୍ପତ୍ତିର ପାୱାର ଅଫ୍ ଆଟର୍ନି ରହିଛି ବୋଲି ସେ କହିଛନ୍ତି । ୯୮ ବର୍ଷିୟ ଦିଲ୍ଲିପ ୨୦୧୨ରେ ତାଙ୍କୁ ଏହା ପ୍ରଦାନ କରିଥିବା ସେ ଦାବି କରିଛନ୍ତି । ପାକିସ୍ତାନର ଖେବର ପଖତୁନୱାରେ ରହିଛି ଦିଲିିପ କୁମାରଙ୍କ ପୈତୃକ ସମ୍ପତି । ଏବେ ସେଠାରେ ରହୁଥିବା ଘର ମାଲିକ ସରକାରଙ୍କ ଦ୍ୱାରା ସ୍ଥିର କରାଯାଇଥିବା ଦାମରେ ଘର ବିକ୍ରି କରିବାକୁ ମନା କରି ଦେଇଛନ୍ତି । କାରଣ ଏହାର ଦାମ୍ ୨୫ କୋଟି ଟଙ୍କା ହେବ ବୋଲି ସେ କହିଛନ୍ତି । ହେଲେ ପ୍ରଶାସନ ଏହାର ମୂଲ୍ୟ କମ୍ ରଖିଛି । ପ୍ରଶାସନ ଏହାର ମୂଲ୍ୟ ୮୦.୫୬ ଲକ୍ଷ ଟଙ୍କା ଦେବାକୁ ରାଜି ହୋଇଥିଲା । ୧୦୧ ବର୍ଗମିଟର ସ୍ଥାନରେ ଠିଆ ହୋଇଛି ଦିଲିପଙ୍କ ଚାରି ମହଲା କୋଠା ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri