ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, କିନ୍ତୁ ମୁଁ…ମତଦାନ ପୂର୍ବରୁ ବଡ଼ କଥା କହିଦେଲେ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି। ବିଧାନସଭା ୫୪ ନଂ ପ୍ରକୋଷ୍ଠରେ ଭୋଟିଂ ପ୍ରକ୍ରିୟା ଜାରି ରହିଛି। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ। ଏହାପରେ ୫ଟାରେ ଗଣତି କରାଯିବ। ଜଣେ ପରେ ଜଣେ ବିଧାୟକ ପହଞ୍ଚି ଭୋଟ ଦେଉଛନ୍ତି। ମତଦାନ କରିବା ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ବିଧାନସଭାର ଏକମାତ୍ର ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା। ସେ କହିଛନ୍ତି,ମୋତେ କମନ କ୍ୟାଣ୍ଡିଡେଟ୍‌ଙ୍କୁ ଭୋଟ ଦେବାକୁ କୁହାଯାଇଛି।  ମୁଁ ଦଳର ନିଷ୍ପତ୍ତିକୁ ସମ୍ମାନ ଦିଏ। ଦିଲ୍ଲୀପ ରାୟ ମୋତେ ଫୋନ କରିଥିଲେ, ହେଲେ ମୁଁ ସିଧାସଳଖ ମନା କରିଦେଇଥିଲି।

ସୂଚନାଯୋଗ୍ୟ, ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। ଖାଲି ହେବାକୁ ଥିବା ଏହି ଆସନଗୁଡିକରେ ୪ ଜଣ ରାଜ୍ୟ ସଭାକୁ ଯିବେ। ଏଥିଲାଗି ୫ ଜଣ ପୁରୁଷ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଯୋଗିତା ହେଉଛି। ଭାଜପା ପକ୍ଷରୁ ସୁଜିତ କୁମାର ଏବଂ ମନମୋହନ ସାମଲଙ୍କୁ ପ୍ରାର୍ଥୀ କରାଯାଇଛି। ସେହିପରି ଭାଜପା ସମର୍ଥନରେ ସ୍ବାଧୀନ ଭାବେ ଦିଲୀପ ରାୟ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ସନ୍ତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛି। ଅନ୍ୟପଟେ ବିଜେଡି, କଂଗ୍ରେସ ଏବଂ ସିପିଆଇ(ଏମ୍‌) ପକ୍ଷରୁ ମିଳିତ ଭାବେ ଡାକ୍ତର ଦତ୍ତେଶ୍ୱର ହୋତାଙ୍କୁ କମନ୍‌ ପ୍ରାର୍ଥୀ କରାଯାଇଛି। ୩ ଦଳର ସମର୍ଥନରେ ଦତ୍ତେଶ୍ୱର ସ୍ବାଧୀନ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ୪ ଆସନ ଲାଗି ୫ ଜଣ ପ୍ରାର୍ଥୀ ଥିବାରୁ ରାଜ୍ୟ ସଭା ପାଇଁ ନିର୍ବାଚନ ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?