ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍‌ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ ବିଜୟୀ ହୋଇଛନ୍ତି । ବିଜୟ ପରେ ମଙ୍ଗଳବାର ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଦିଲ୍ଲୀପ।ଦର୍ଶନ ସାରି ଫେରିବା ପରେ ଦିଲ୍ଲୀପ ନିଜ ପ୍ରତିକ୍ରିୟା ରଖି କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରୁ ମୁଁ ଜିତିଛି। ଓଡ଼ିଶାବାସୀଙ୍କ ସେବା କରିବାକୁ ଶକ୍ତି, ସାହସ ଦେବାକୁ ଭିକ୍ଷା କଲି। କ୍ରସ ଭୋଟିଂ ହୋଇଛି, ତା’ ସହ ମୋ ପ୍ରତି ଭଲ ପାଇବା ଅଛି। ଭାଜପା ଓ ବିଜେଡି ବିଧାୟକଙ୍କ ସହ ମୋର ଭଲ ସମ୍ପର୍କ ଅଛି। ମାସେ, ୨ ମାସ ପୂର୍ବରୁ ମୁଁ ସମସ୍ତଙ୍କ ସହ କଥା ହୋଇଥିଲି। ୨୦୦୨ରେ ଗୋଟେ ସଂଖ୍ୟା ନ ଥିଲା, ଏବେ ୨୦ ଭାଜପା ବିଧାୟକ ସାହାଯ୍ୟ କଲେ। ଜିତିବା ପରେ କାଲି ଶୁଭେଚ୍ଛୁଙ୍କ ଘର ବୁଲିକି ଆସିଛି। ଆଜି ଗୋଟିଏ ଜାଗାରେ ସମସ୍ତଙ୍କୁ ଡାକି ଧନ୍ୟବାଦ ଜଣାଇବି।
ସୂଚନାଯୋଗ୍ୟ, ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ନିର୍ବାଚନ ସୋମବାର ସାରେ ଶେଷ ହୋଇଛି। ଏହି ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ସୁଜିତ କୁମାର, ମନମୋହନ ସାମଲ ଏବଂ ଶାସକ ଦଳ ସମର୍ଥନରେ ସ୍ବାଧୀନରେ ଠିଆ ହୋଇଥିବା ଦିଲୀପ ରାୟ ବିଜୟୀ ହୋଇଛନ୍ତି। ସେହିପରି ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ବିଜୟୀ ହୋଇଥିବାବେଳେ ବିରୋଧୀ ଦଳ ପକ୍ଷରୁ ମିଳିତ ପ୍ରାର୍ଥୀ ହୋଇଥିବା ଡାକ୍ତର ଦତ୍ତେଶ୍ୱର ହୋତା ପରାଜିତ ହୋଇଛନ୍ତି। ଚଳିତ ଥର ରାଜ୍ୟ ସଭା ନିର୍ବାଚନ ବହୁ ରୋଚକପୂର୍ଣ୍ଣ ହୋଇଛି । ବିଜେଡିରୁ ୮ ଏବଂ କଂଗ୍ରେସରୁ ୩ଜଣ ବିଧାୟକ କ୍ରସ୍‌ ଭୋଟିଂ କରି ଦିଲୀପଙ୍କ ସପକ୍ଷରେ ମତଦାନ କରିଥିବା ଉଭୟ ଦଳ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷେ ବିଜେଡି ବିଧାୟକ ନବ କିଶୋର ମଲ୍ଲିକଙ୍କୁ ନେଇ ବିଧାନସଭା ପରିସର ରଣକ୍ଷେତ୍ର ପାଲଟିଥିଲା। ତେବେ ଆଇନ ତିଆରି କରୁଥିବା ବ୍ୟକ୍ତିମାନେ ଆଇନକୁ ନିଜ ହାତକୁ ନେବା ପାଇଁ ଉଦ୍ୟମ କରିବା ଗଣତାନ୍ତ୍ରିକ ବ୍ୟବସ୍ଥାରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri