Posted inଖେଳ

ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେଲା ଟିମ୍‌ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ। ଇଂଲଣ୍ଡ ବିପକ୍ଷ ୫ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳ ୩ ସପ୍ତାହ ଛୁଟିରେ ଯିବାକୁ ନିଷ୍ପତ୍ତି ନେଇଛି। ଏହାକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଦିଲିପ ଭେଙ୍ଗସରକର।

ପୂର୍ବରୁ ମୁଖ୍ୟ ଚୟନକର୍ତ୍ତା ପଦରେ ରହିସାରିଥିବା ଭେଙ୍ଗସରକର କହିଛନ୍ତି, ଦୁଇ ବର୍ଷ ଧରି ଖେଳାଯାଇଥିବା ଡବ୍ଲ୍ୟୁଟିସିରେ ଭାରତ ଭଲ ପ୍ରଦର୍ଶନ କରିଥିଲା। କିନ୍ତୁ ଫାଇନାଲରେ ଦଳକୁ ଖୁବ୍‌ ବାଧି ଥିଲା ଅଭ୍ୟାସର ଅଭାବ। କ୍ୱାରେଣ୍ଟିନ କଟକଣା କାରଣରୁ ନ୍ୟୁଜିଲାଣ୍ଡ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ କେବଳ ଗୋଟିଏ ଇଣ୍ଟ୍ରା-ସ୍କାଡ୍‌ ମ୍ୟାଚ୍‌ ଖେଳଥିଲା ଟିମ୍‌ ଇଣ୍ଡିଆ। ଅନ୍ୟପକ୍ଷରେ ଇଂଲଣ୍ଡ ବିପକ୍ଷରେ ଦୁଇଟି ଟେଷ୍ଟ ମ୍ୟାଚ୍‌ ଖେଳି ନ୍ୟୁଜିଲାଣ୍ଡ ଫାଇନାଲରେ ପହଞ୍ଚିଥିଲା। ଡବ୍ଲ୍ୟୁଟିସି ଫାଇନାଲ ପରେ ୩ ସପ୍ତାହ ବ୍ରେକ ନେବା କେତେ ଦୂର ଉଚିତ ମୋତେ ଜଣା ନାହିଁ। ମୋ ମତରେ ଗୋଟିଏ ସପ୍ତାହ ଛୁଟି ଯଥେଷ୍ଟ। ଦଳକୁ କ୍ରମାଗତ ଖେଳିବା ଦରକାର। ସେମାନଙ୍କ ନିଷ୍ପତ୍ତି ମୋତେ ଆଶ୍ଚର୍ଯ୍ୟ ଲାଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri