ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ ଭୋଟ ଗ୍ରହଣର ୬ ଦିନ ପୂର୍ବରୁ ବିଜେଡି କର୍ମୀମାନେ ମୋ ପୁଅକୁ ହାଣି ହତ୍ୟା କରିଦେଲେ। ମୁଁ ତାର ଆତ୍ମାର ଶାନ୍ତି ପାଇଁ ଆଜି ଭୋଟ ଦେବାକୁ ଆସିଛି ବୋଲି ଭୋ ଭୋ ହୋଇ କାନ୍ଦି ପକାଇ ଦିଲୀପଙ୍କ ବାପା ରାମ ପାହନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଦିଲୀପଙ୍କ ଭଉଣୀ ମଧ୍ୟ ବାପାଙ୍କ ସହିତ ଭୋଟ ଦେବାକୁ ଆସିଥିଲେ। ବାପା-ଝିଅ ରାଜ୍ୟ ସରକାରଙ୍କ ଏସ୍‌ଆଇଟି ତଦନ୍ତ ଉପରେ ଭରସା ନ କରି ସିବିଆଇ ତଦନ୍ତ ପାଇଁ ଦାବି କରିଥିଲେ। ଅପରାହ୍ନରେ ଦିଲୀପଙ୍କ ବିଧବା ସ୍ତ୍ରୀ ସାବିତ୍ରୀ ପାହାନ ଶ୍ରୀକୃଷ୍ଣ ଶରଣପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟଠାରେ ୭୧ନଂ. ବୁଥକୁ ଭୋଟ ଦେବାକୁ ଆସିଥିଲେ। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ପୋଲିସ ୧୧ ଜଣଙ୍କୁ ଗିରଫ କରିଥିଲେ ମଧ୍ୟ ମୁଖ୍ୟ ଅଭିଯୁକ୍ତଙ୍କୁ ଏ ଯାଏ ଧରିପାରିନି। ହତ୍ୟାକାରୀଙ୍କୁ ଗିରଫ କରି କଠୋର ଦଣ୍ଡ ଦିଆଯାଉ ବୋଲି ସେ କହିଥିଲେ। ଶ୍ରୀକୃଷ୍ଣ ଶରଣପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟଠାରେ ବୁଥ ନଂ. ୭୧ ଓ ୭୩ ସଖି ବୁଥ ହୋଇଥିଲା। ସେଠାରେ ଶାନ୍ତିଶୃଙ୍ଖଳାର ସହ ଭୋଟଦାନ ହୋଇଛି। ପ୍ରଶାସନ ପକ୍ଷରୁ ସିସି କ୍ୟାମେରା ମାଧ୍ୟମରେ କଡା ନଜର ରଖାଯାଇଥିଲା। ଏହି ଦୁଇଟି ବୁଥରେ ପ୍ରାୟ ୭୦% ପ୍ରତିଶତ ମତଦାନ ହୋଇଛି। ସେହିପରି ଖଲ୍ଲିକୋଟ ବ୍ଲକ ଅଞ୍ଚଳରେ ଶାନ୍ତିଶୃଙ୍ଖଳାରେ ମତଦାନ ଚାଲିଥିଲା।ସୂଚନାଯୋଗ୍ୟ, ଗତ ୧୫ ତାରିଖ ରାତିରେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ପୋଷ୍ଟରମରାକୁ ନେଇ ଘଟିଥିବା ରାଜନୈତିକ ହିଂସାରେ ଭାଜପା କର୍ମୀ ଦିଲୀପ ପାହାନଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri