Posted inଜାତୀୟ

ଆନ୍ଦୋଳନ ରତ କୃଷକଙ୍କ ଗରମ ପୋଷାକ ପାଇଁ ଦିଲଜିତ ଦାନ କରିଛନ୍ତି ଏକ କୋଟି ଟଙ୍କା !

ନୂଆଦିଲ୍ଲୀ,୬ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନ ରତ କୃଷକଙ୍କୁ ଶନିବାର ଅଭିନେତା ତଥା ଗାୟକ ଦିଲଜିତ ଦୋସାଞ୍ଝ ଭେଟିଥିଲେ । ଏହାସହ ସରକାର ସେମାନଙ୍କ ଦାବି ମାନି ନିଅନ୍ତୁ ବୋଲି ମଧ୍ୟ ଅନୁରୋଧ କରିଥିଲେ । ଏବେ ଶୁଣିବାକୁ ମିଳିଛି କି ଦିଲଜିତ ଆନ୍ଦୋଳନ ରତ କୃଷକଙ୍କୁ ଥଣ୍ଡା ଦାଉରୁ ରକ୍ଷା କରିବାକୁ ସେମାନଙ୍କ ଲାଗି ଗରମ ପୋଷାକ କିଣିବାକୁ କୁଆଡେ ୧ କୋଟି ଟଙ୍କା ଦାନ କରିଛନ୍ତି । ସିନ୍ଧୁ ସୀମାରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଥିବା କୃଷକଙ୍କୁ ସାମ୍ବାଧନ କରି ଦିଲଜିତ କହିଥିଲେ ଆପଣମାନେ ନୂଆ ଇତିହାସ ସୃଷ୍ଟି କରିଛନ୍ତି ଯାହା ଭବିଷ୍ୟତ ପିଢି ପାଇଁ ବର୍ଣ୍ଣିତ ହୋଇ ରହିବ । ସମଗ୍ର ଦେଶ କୃଷକଙ୍କ ସହ ଠିଆ ହୋଇଥିବା ବେଳେ ସରକାର ସେମାନଙ୍କ ଦାବି ମାନି ନିଅନ୍ତୁ ବୋଲି ଦିଲଜିତ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ତେବେ କୃଷକମାନଙ୍କ ଗରମ ପୋଷାକ ପାଇଁ ଦିଲଜିତ ଯେଉଁ ୧ କୋଟି ଅର୍ଥ ଦାନ କରିଛନ୍ତି ସେ ନିଜେ ଏ ବିଷୟରେ କେଉଁଠି ଉଲ୍ଲେଖ କରି ନାହାନ୍ତି । କିନ୍ତୁ ଦିଲଜିତଙ୍କର ଜଣେ ପ୍ରଶଂସକ ତଥା ପଞ୍ଜାବୀ ସିଙ୍ଗର ସିଙ୍ଗା ତାଙ୍କର ଯାଞ୍ଚ ହୋଇଥିବା ଇନଷ୍ଟାଗ୍ରାମ ଆକାଉଣ୍ଟରେ ପୋଷ୍ଟ କରିଥିବା ଏକ ଭିଡିଓରେ କହିଛନ୍ତି, ଦିଲଜିତ ଭାଇ ଆପଣ କୃଷକଙ୍କ ଗରମ ପୋଷାକ ପାଇଁ ୧ କୋଟି ଟଙ୍କା ଦାନ କରିଛନ୍ତି ଏବଂ ଏକଥା କେହି ଜାଣି ନାହାନ୍ତି । ଆଜିକାଲି ଲୋକେ ୧୦ ଟଙ୍କା ଦାନ କଲେ ସମସ୍ତେ ଜାଣୁଛନ୍ତି । ଆପଣଙ୍କୁ ଧନ୍ୟବାଦ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri