ଯୁବ ଓ ବାଲ୍‌ ସାହିତ୍ୟ ପୁରସ୍କାର ପାଇବେ ଦିଲ୍ଲୀପ, ନରେନ୍ଦ୍ର

ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍‌ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍‌ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଆ ଭାଷାରେ ରଚିତ ତାଙ୍କ କ୍ଷୁଦ୍ର ଗଳ୍ପ ପୁସ୍ତକ ‘କୋଳାହଳ ନା ହଳାହଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ଉକ୍ତ ପୁରସ୍କାର କମିଟିରେ ପ୍ରଫେସର ଆଦିକନ୍ଦ ସାହୁ, ଡ. ପ୍ରଫୁଲ୍ଲ କୁମାର ମହାନ୍ତି ଓ ଗାୟତ୍ରୀ ସରାଫ୍‌ ଜୁରି ସଦସ୍ୟ ରହିଥିଲେ। ଚଳିତ ବର୍ଷ ୨୩ଟି ଭାଷାରେ ଏହି ପୁରସ୍କାର ଦିଆଯାଉଛି। ସେହିପରି ଯୁବ ଲେଖକ ତଥା ଚିକିତ୍ସକ ଦିଲ୍ଲୀପ ବେହେରା ତାଙ୍କ ରଚିତ କ୍ଷୁଦ୍ର ଗଳ୍ପ ପୁସ୍ତକ ‘ଲଣ୍ଠନ’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇବେ। ୨୪ଟି ଭାଷାରେ ଏହି ପୁରସ୍କାର ଦିଆଯାଉଥିବା ବେଳେ ମରାଠୀ ଭାଷାର ଚୟନ ବିଳମ୍ବରେ ଘୋଷଣା କରାଯିବ। ଭଗବାନ ଜୟସିଂହ, ଗାୟତ୍ରୀବାଳା ପଣ୍ଡା ଓ ଗୁର୍‌ପ୍ରୀତ କୌର ଗିଲ୍‌ ଏହି ପୁରସ୍କାର କମିଟିରେ ଜୁରି ସଦସ୍ୟ ରହିଥିଲେ। ଆସନ୍ତା ନଭେମ୍ବର ୧୪ରେ ନୂଆଦିଲ୍ଲୀରେ ହେବାକୁ ଥିବା ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପୁରସ୍କାର ବାବଦରେ ନଗଦ ୫୦ହଜାର ଟଙ୍କା ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯିବ। କେନ୍ଦ୍ର ସାହିତ୍ୟ ଏକାଡେମୀର ଆବାହକ ବିଜୟାନନ୍ଦ ସିଂ ଏ ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri