ଯୁବ ଓ ବାଲ୍‌ ସାହିତ୍ୟ ପୁରସ୍କାର ପାଇବେ ଦିଲ୍ଲୀପ, ନରେନ୍ଦ୍ର

ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍‌ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍‌ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଆ ଭାଷାରେ ରଚିତ ତାଙ୍କ କ୍ଷୁଦ୍ର ଗଳ୍ପ ପୁସ୍ତକ ‘କୋଳାହଳ ନା ହଳାହଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ଉକ୍ତ ପୁରସ୍କାର କମିଟିରେ ପ୍ରଫେସର ଆଦିକନ୍ଦ ସାହୁ, ଡ. ପ୍ରଫୁଲ୍ଲ କୁମାର ମହାନ୍ତି ଓ ଗାୟତ୍ରୀ ସରାଫ୍‌ ଜୁରି ସଦସ୍ୟ ରହିଥିଲେ। ଚଳିତ ବର୍ଷ ୨୩ଟି ଭାଷାରେ ଏହି ପୁରସ୍କାର ଦିଆଯାଉଛି। ସେହିପରି ଯୁବ ଲେଖକ ତଥା ଚିକିତ୍ସକ ଦିଲ୍ଲୀପ ବେହେରା ତାଙ୍କ ରଚିତ କ୍ଷୁଦ୍ର ଗଳ୍ପ ପୁସ୍ତକ ‘ଲଣ୍ଠନ’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇବେ। ୨୪ଟି ଭାଷାରେ ଏହି ପୁରସ୍କାର ଦିଆଯାଉଥିବା ବେଳେ ମରାଠୀ ଭାଷାର ଚୟନ ବିଳମ୍ବରେ ଘୋଷଣା କରାଯିବ। ଭଗବାନ ଜୟସିଂହ, ଗାୟତ୍ରୀବାଳା ପଣ୍ଡା ଓ ଗୁର୍‌ପ୍ରୀତ କୌର ଗିଲ୍‌ ଏହି ପୁରସ୍କାର କମିଟିରେ ଜୁରି ସଦସ୍ୟ ରହିଥିଲେ। ଆସନ୍ତା ନଭେମ୍ବର ୧୪ରେ ନୂଆଦିଲ୍ଲୀରେ ହେବାକୁ ଥିବା ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପୁରସ୍କାର ବାବଦରେ ନଗଦ ୫୦ହଜାର ଟଙ୍କା ସହ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯିବ। କେନ୍ଦ୍ର ସାହିତ୍ୟ ଏକାଡେମୀର ଆବାହକ ବିଜୟାନନ୍ଦ ସିଂ ଏ ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri