Posted inଜାତୀୟ

ମୈନପୁରୀରୁ ଲଢ଼ିବେ ଡିମ୍ପଲ…

ଲକ୍ଷ୍ନୌ,୧୦।୧୧ : ସମାଜବାଦୀ ପାର୍ଟି ପକ୍ଷରୁ   ମୈନପୁରୀ ଲୋକସଭା  ଉପ-ନିର୍ବାଚନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏସପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ ଯାଦବଙ୍କୁ ପ୍ରାର୍ଥୀ କରାଯାଇଛି। ଗୁରୁବାର ଏସପି ତାଙ୍କ ନାମ ଘୋଷଣା କରିଛି। ଏସପି ପୃଷ୍ଠପୋଷକ ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ମୈନପୁରୀ ଆସନରେ ଉପ-ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି।

ଡିମ୍ପଲ ଯାଦବଙ୍କ ବ୍ୟତୀତ ସମାଜବାଦୀ ପାର୍ଟି ତେଜ ପ୍ରତାପ ଯାଦବ ଏବଂ ଧର୍ମେନ୍ଦ୍ର ଯାଦବଙ୍କ ନାମ ମୈନପୁରୀରୁ ପ୍ରାର୍ଥୀ ଭାବରେ ବିଚାର କରୁଥିଲେ। କିନ୍ତୁ ଗୁରୁବାର  ଡିମ୍ପଲ ଯାଦବଙ୍କ ନାମରେ ମୋହର ଲାଗିଛି। ଡିମ୍ପଲ ପୂର୍ବରୁ କନୌଜର ଏମ୍‌ପି ଥିଲେ। ଏହାପରେ ସେ ଫିରୋଜାବାଦରୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ, କିନ୍ତୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଡିମ୍ପଲ ଯାଦବଙ୍କ ନିର୍ବାଚନକୁ ଦଳର ଜାତୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ନିଜେ ପରିଚାଳନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri