Posted inଖେଳ

ଆସନ୍ତା ସିଜନରେ ଗୋଆରୁ ଖେଳିବେ ଦିଣ୍ଡା

ମୁମ୍ବାଇ, ୨୯ା୯ (ପି.ଟି.)-ଗତ ସିଜନରେ ବେଙ୍ଗଲ ଦ୍ୱାରା ଉପେକ୍ଷିତ ହୋଇଥିବା ସିମ୍‌ ବୋଲର ଅଶୋକ ଦିଣ୍ଡା ଆସନ୍ତା ଘରୋଇ ସିଜନରେ ଗୋଆ ରଣଜୀ ଦଳ ତରଫରୁ ଖେଳିବେ। ଦିଣ୍ଡା ଗତବର୍ଷ କହିଥିଲେ ସେ ରାଜନୀତିର ଶିକାର ହୋଇଛନ୍ତି। ସେ ଆଉ ବେଙ୍ଗଲ ତରଫରୁ ଖେଳିବେ ନାହିଁ। ବେଙ୍ଗଲ କିନ୍ତୁ ୨୦୧୯-୨୦୨୦ ସିଜନରେ ରନର୍ସ ଅପ୍‌ ହୋଇଥିଲା। ୩୬ ବର୍ଷୀୟ ଦିଣ୍ଡା ବୋଲିଂ କୋଚ୍‌ ରଣଦେବ ବୋଷଙ୍କୁ ସର୍ବ ସାଧାରଣରେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଯାହା ଫଳରେ ସେ ବେଙ୍ଗଲ ଦଳରୁ ବାଦ୍‌ ପଡ଼ିଥିବା କୁହାଯାଉଛି। ଦିଣ୍ଡା ଗୋଆ ଦଳରେ ଯୋଗ ଦେଉଥିବା ରାଜ୍ୟ କ୍ରିକେଟ ଆସୋସିଏଶନ (ଜିସିଏ) ସମ୍ପାଦକ ବିପୁଳ ଫାଡ୍‌କେ ସ୍ପଷ୍ଟ କରିଛନ୍ତି। ଖବର ଅନୁସାରେ କୋଭିଡ୍‌-୧୯ ମହାମାରୀ ଯୋଗୁ ଯଦିଓ ଏଥର ଲୋକପ୍ରିୟ ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ବିଦେଶରେ ଖେଳାଯାଉଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କିନ୍ତୁ ଏଥର ଘରୋଇ କ୍ରିକେଟ ଆୟୋଜନ ନ କରିପାରେ। ଦିଣ୍ଡା ଇତିମଧ୍ୟରେ ୪୨୦ ପ୍ରଥମ ଶ୍ରେଣୀ ଉଇକେଟ ଅକ୍ତିଆର କରି ସାରିଛନ୍ତି। ଭାରତ ତରଫରୁ ସେ ଖେଳିଥିବା ୧୩ ଅନ୍ତର୍ଜାତୀୟ ଦିନିକିଆ ଏବଂ ୯ ଅନ୍ତର୍ଜାତୀୟ ଟି୨୦ରେ ଯଥାକ୍ରମେ ୧୨ ଓ ୧୭ ଉଇକେଟ ନେଇଛନ୍ତି। ସେ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ମଧ୍ୟ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ଭାରତ-ପାକିସ୍ତାନ ମଧ୍ୟରେ ହେବ T20 World Cup 2026 ଫାଇନାଲ? ଜାଣନ୍ତୁ ସମ୍ପୂର୍ଣ୍ଣ ଗଣିତ

ନୂଆଦିଲ୍ଲୀ,୨୮।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ନେଇ ପ୍ରଶଂସକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ଏହି ଦୁଇ ଦଳ ୨୦୨୬ ଟି୨୦ ବିଶ୍ୱକପର ଗ୍ରୁପ…

ଟି-୨୦ ବିଶ୍ୱକପ୍‌ରୁ ବିଦା ହୋଇଯିବ ପାକିସ୍ତାନ! କେବଳ ବିଜୟ ନୁହେଁ…

ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପାଇଁ ପ୍ରତିଯୋଗିତା ବହୁତ ରୋମାଞ୍ଚକର ହୋଇଗଲାଣି। ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ସହିତ ଇଂଲଣ୍ଡ ଗ୍ରୁପ ୨ରେ ଶୀର୍ଷ ସ୍ଥାନ ପକ୍କା…

କୋହଲିଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ରଶ୍ମିକା ମନ୍ଦାନା, ଫ୍ୟାନ ଫଲୋଇଙ୍ଗରେ ପଛରେ ପକାଇଲେ…

ମୁମ୍ୱାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ବିବାହ କରିଛନ୍ତି। ଫେବୃଆରୀ ୨୬ ତାରିଖରେ ଏହି ଦମ୍ପତି ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ, ଏବଂ ପ୍ରଥମ ବିବାହ…

ଭାରତ ଯଦି ସେମିଫାଇନାଲ୍‌ରେ ପହଞ୍ଚେ, ଏହି ଟିମ୍‌ ସହ ହେବ ମୁକାବିଲା

ନୂଆଦିଲ୍ଲୀ,୨୮।୨: ୨୦୨୬ ଟି୨୦ ବିଶ୍ୱକପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକା ସୁପର ୮ ପର୍ଯ୍ୟାୟର ଗ୍ରୁପ ୧ରୁ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିସାରିଛି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri