Posted inଖେଳ

ଟିମ୍‌ରୁ ବାଦ୍‌ ପଡ଼ିଥିଲେ ଏହି ଖେଳାଳି; ଏବେ ହାସଲ କଲେ ତ୍ରିଶତକ

କଲମ୍ବୋ, ୨୬।୮: ଦୀନେଶ ଚାଣ୍ଡିମଲ। ଶ୍ରୀଲଙ୍କା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ତଥା ଉଇକେଟ୍‌କିପର। ଗତବର୍ଷ ଚୟନକର୍ତ୍ତମାନେ ଚାଣ୍ଡିମଲଙ୍କୁ ଅଧିନାୟକ ପଦରୁ ହଟାଇ ଦେବା ସହିତ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଲାଗି ଶ୍ରୀଲଙ୍କା ଦଳରୁ ମଧ୍ୟ ବାଦ୍‌ ଦେଇଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ କିନ୍ତୁ ଏବେ ଚମତ୍କାର ଫର୍ମକୁ ଫେରିଛନ୍ତି। ଘରୋଇ ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ସେ ତ୍ରିଶତକ ହାସଲ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶ୍ରୀଲଙ୍କା ଆର୍ମି ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଚାଣ୍ଡିମଲ ସାରାସେନ୍ସ ଏସ୍‌ସି ବିପକ୍ଷରେ ୩୫୪ ରନର ଏକ ମାରାଥନ ଇନିଂସ ଖେଳିଛନ୍ତି। ଏହି ଇନିଂସ ମଧ୍ୟରେ ସେ ୨୯ ଚୌକା ଓ ୮ ଛକା ମାରିଥିଲେ। ବାଉଣ୍ଡରୀ ଆକାରରେ ସେ ମୋଟ୍‌ ୧୬୪ ରନ୍‌ ସଂଗ୍ରହ କରିଥିଲେ। ଦୀନେଶଙ୍କ ଏହି ଇନିଂସ ବଳରେ ତାଙ୍କ ଦଳ ୮ ଉଇକେଟ୍‌ରେ ୬୪୨ ରନ କରି ଇନିଂସ ଘୋଷଣା କରିଥିଲା। ଚାଣ୍ଡିମଲଙ୍କ କ୍ରିକେଟ୍‌ କ୍ୟାରିୟରର ଏହା ପ୍ରଥମ ତ୍ରିଶତକ। ଏଥିପୂର୍ବରୁ ପ୍ରଥମ ଶ୍ରେଣୀ କ୍ରିକେଟ୍‌ରେ ତାଙ୍କର ସର୍ବାଧିକ ବ୍ୟକ୍ତିଗତ ସ୍କୋର ୨୪୪ ରନ ଥିଲା। ୧୮ ଅଗଷ୍ଟ ୨୦୧୦ରେ ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏହି ଇନିଂସ ଖେଳିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ଶ୍ରୀଲଙ୍କା କ୍ରିକେଟ୍‌ ଇତିହାସରେ ୧୦ଜଣ ବ୍ୟାଟ୍ସମ୍ୟାନ ତ୍ରିଶତକ ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ସ୍କୋର ମାହେଲା ଜୟବର୍ଦ୍ଧନେ (୩୭୪ ରନ)ଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri