Posted inଖେଳ

କ୍ରିକେଟରୁ ଅବସର ନେଲେ ଦୀନେଶ କାର୍ତ୍ତିକ

ଚେନ୍ନାଇ,୧।୬: ଟିମ୍ ଇଣ୍ଡିଆର ଭେଟେରାନ୍ ୱିକେଟ୍ କିପର ବ୍ୟାଟର ଦୀନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟ୍ ରୁ ଅବସର ଘୋଷଣା କରିଛନ୍ତି। ଶନିବାର କାର୍ତ୍ତିକ ସୋସିଆଲ ମିଡିଆ ମାଧ୍ୟମରେ ଏହା ଘୋଷଣା କରିଛନ୍ତି। ସେ ଏକ ଭାବପ୍ରବଣ ପୋଷ୍ଟ ମାଧ୍ୟମରେ ପ୍ରଶଂସକ ଏବଂ ପ୍ରଶିକ୍ଷକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ତାଙ୍କର ୩୯ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଆଇପିଏଲ ପୂର୍ବରୁ ଅବସର ନେଇସାରିଛନ୍ତି। ସେ ଏହି ସିଜନରେ କ୍ୟାରିୟରର ଶେଷ ମ୍ୟାଚ୍ ଖେଳିଥିଲେ।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଭିଜ୍ଞ ୱିକେଟ୍ କିପର ବ୍ୟାଟର ଦୀନେଶ କାର୍ତ୍ତିକ ଆଇପିଏଲ୍ ୨୦୨୪ ରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଶେଷ ମ୍ୟାଚ୍ ଖେଳିଥିଲେ। ଏହା ପରେ ବେଙ୍ଗାଲୁରୁର ଖେଳାଳିମାନେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରିଥିଲେ। ବିରାଟ କୋହଲିଙ୍କ ସମେତ ଅନ୍ୟ ଖେଳାଳିମାନେ ତାଙ୍କୁ ଆଲିଙ୍ଗନ କରି ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଗତ ସିଜିନରେ ସେ ୧୮୭.୩୫ ର ଷ୍ଟ୍ରାଇକ୍ ହାରରେ ୧୫ ମ୍ୟାଚ୍ ରେ ୧୭୪ ରନ୍ ସ୍କୋର କରିଥିଲେ। ଏଥିରେ ତାଙ୍କ ବ୍ୟାଟରୁ ଦୁଇ ଅର୍ଦ୍ଧଶତକ ଆସିଥିଲା।

ମହେନ୍ଦ୍ର ସିଂ ଧୋନିଙ୍କ ତିନି ମାସ ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିବା କାର୍ତ୍ତିକଙ୍କୁ ୨୦୦୭ ବିଶ୍ୱକପ ଦଳରେ ସାମିଲ କରାଯାଇଥିଲା କିନ୍ତୁ ସେ ଗୋଟିଏ ମ୍ୟାଚର ଏକାଦଶ ଖେଳିବାରେ ସ୍ଥାନ ପାଇନଥିଲେ। ସେହିବର୍ଷ ତାଙ୍କୁ ଧୋନିଙ୍କ ବ୍ୟାକ୍ ଅପ୍ ଭାବରେ ଦଳକୁ ନିଆଯାଇଥିଲା। ଏହା ପରେ, ସେ ୨୦୧୧ ଏବଂ ୨୦୧୫ ବିଶ୍ୱକପ୍ ପାଇଁ ଦଳରେ ପ୍ରବେଶ କରିପାରି ନଥିଲେ ଏବଂ ପୁଣି ଥରେ ବିଶ୍ୱକପ୍ ଖେଳିବାକୁ ବଞ୍ଚିତ ହୋଇଥିଲେ।

କାର୍ତ୍ତିକ ୨୬ ଟି ଟେଷ୍ଟ ମ୍ୟାଚରେ ୧୦୨୫ ରନ୍ ସ୍କୋର କରିଥିଲେ। ଏହା ବ୍ୟତୀତ ସେ ୯୪ ଟି ଦିନିକିଆ ମ୍ୟାଚରେ ୧୭୫୨ ରନ୍ ସ୍କୋର କରିଥିଲେ। ଏଥି ସହିତ, ୬୦ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚରେ ସେ ୧୪୨.୬୧ ଷ୍ଟ୍ରାଇକ ହାରରେ ୬୮୬ ରନ୍ ସ୍କୋର କରିଥିଲେ। ଟେଷ୍ଟ ବ୍ୟତୀତ କ୍ରିକେଟର କୌଣସି ଫର୍ମାଟରେ ତାଙ୍କର କୌଣସି ଶତକ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri