‘କାର୍ତ୍ତିକଙ୍କୁ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଦରକାର’

ମୁମ୍ବାଇ,୬।୪: ଦୀନେଶ କାର୍ତ୍ତିକଙ୍କ ମ୍ୟାଚ୍‌ ଓ୍ବିନିଂ ପାଳି ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୪ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ସଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ବେଳେ ସେ ୨୩ ବଲରେ ଖେଳିଥିଲେ ୪୪ ରନ୍‌ର ଅପରାଜିତ ପାଳି। ଏଭଳି ପ୍ରଦର୍ଶନ ପରେ ଉଇକେଟ କିପର ବ୍ୟାଟରଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ଅଧିନାୟକ ଫାଫ ଡୁ ପ୍ଲେସି। ଏପରିକି ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଦରକାର ବୋଲି ସେ କହିଛନ୍ତି।

“ଡିକେ ତାଙ୍କ କ୍ୟାରିୟରର ଶ୍ରେଷ୍ଠ କ୍ରିକେଟ ଖେଳୁଛନ୍ତି। ମୋ ମତରେ ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଦରକାର। ଯେଉଁ ଭଳି ସ୍ଥିତିରେ ଫସିଥିଲୁ, ସେଠାରୁ ବାହାର କରିବା ପାଇଁ ଡିକେଙ୍କ ଭଳି ଖେଳାଳି ନିହାତି ଆବଶ୍ୟକ। ଶେଷ ଆଡ଼କୁ ତାଙ୍କ କମ୍ପୋଜର ଅବିଶ୍ୱସନୀୟ। ସେ ଆର୍‌ସିବି ପାଇଁ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି। ନିମ୍ନକ୍ରମରେ ସେ ବ୍ୟାଟିଂ କରୁଥିବାରୁ ଅନ୍ୟ ଖେଳାଳିଙ୍କୁ ସ୍ବାଭାବିକ ଖେଳିବାକୁ ଅନୁମତି ମିଳୁଛି” ବୋଲି ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଅଧିନାୟକ କହିଛନ୍ତି।

କାର୍ତ୍ତିକ ଅନେକ ଥର ଭାରତୀୟ ଦଳକୁ ଫେରିଛନ୍ତି। ସେ ଅନ୍ତିମ ଥର ୨୦୧୯ ବିଶ୍ୱକପ୍‌ରେ ଖେଳିଥିଲେ। ସେ ଭାରତୀୟ ଦଳକୁ ଫିନିଶର ଭାବେ ଫେରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri