Posted inଖେଳ

ଶୁଭମନଙ୍କୁ ନୁହେଁ, ସୂର୍ଯ୍ୟକୁମାରଙ୍କୁ ମିଳୁ ସୁଯୋଗ: କାର୍ତ୍ତିକ

ନୂଆଦିଲ୍ଲୀ,୩।୨: ହ୍ବାଇଟ୍‌ ବଲ୍‌ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ ପରେ ଏବେ ଟିମ୍‌ ଇଣ୍ଡିଆର ନଜର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପହଞ୍ଚିବା ଉପରେ ରହିଛି। ଏଥିଲାଗି ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ମୁହାଁମୁହିଁ ହେବ। ଫେବୃୟାରୀ ୯ରୁ ଏହି ସିରିଜ ଆରମ୍ଭ ହେବାକୁ ଥିବା ବେଳେ ଶ୍ରେୟସ ଆୟାର ଏଥିରୁ ବାଦ ପଡ଼ିଛନ୍ତି। ତାଙ୍କ ବଦଳ ଖେଳାଳି ଭାବେ ସୂର୍ଯ୍ୟକୁମାର ଯାଦବ ଏବଂ ଶୁଭମନ ଗିଲଙ୍କ ନାମକୁ ନେଇ ଚର୍ଚ୍ଚା ହେଉଛି। ଏମିତିରେ ଶୁଭମନଙ୍କ ନାମରେ ମୋହର ବାଜିବ ବୋଲି କୁହାଯାଉଥିବା ବେଳେ ଦିନେଶ କାର୍ତ୍ତିକ ଭିନ୍ନ ମତ ରଖିଛନ୍ତି।

କ୍ରିକବଜ୍‌ ସହ ବାର୍ତ୍ତାଳାପରେ କାର୍ତ୍ତିକ କହିଛନ୍ତି, ଯଦି ଶ୍ରେୟସ ଖେଳି ନ ପାରନ୍ତି ତେବେ ସୂର୍ଯ୍ୟକୁମାର ଏବଂ ଶୁଭମନଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ମିଳିପାରେ। ହେଲେ ମୋତେ ବ୍ୟକ୍ତିଗତ ଭାବେ ଲାଗୁଛି ଯେ ଆମେ ସୂର୍ଯ୍ୟକୁମାରଙ୍କୁ ସୁଯୋଗ ଦେବା ଉଚିତ। କାରଣ ସେ ସ୍ପିନ୍‌କୁ ବହୁତ ଭଲ ଖେଳନ୍ତି। ଭଲ ଫର୍ମରେ ମଧ୍ୟ ସେ ଅଛନ୍ତି। ଗିଲ ନ ଖେଳିଲେ ରୋହିତ ଶର୍ମା ଏବଂ କେ ଏଲ୍‌ ରାହୁଲ ଓପନିଂ କରିପାରିବେ ବୋଲି ସେ କହିଛନ୍ତି।

କହିରଖୁଛୁ, ୨୦୨୨ରେ ସୂର୍ଯ୍ୟକୁମାର ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ ୧୮୦ ଷ୍ଟ୍ରାଇକ୍‌ ରେଟ୍‌ ସହ ୧୧୦୦ରୁ ଅଧିକ ରନ୍‌ କରିଥିଲେ। ଏଭଳି ପ୍ରଦର୍ଶନକୁ ନେଇ ତାଙ୍କୁ ପ୍ରଥମ ଥର ଲାଗି ଟେଷ୍ଟ ଟିମ୍‌ରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

କାନ୍ଥରେ ନାମ

ଭାରତର ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ୨୨ ଏପ୍ରିଲ ୨୦୨୫ରେ ଘଟିଥିଲା ଓ ସେଥିରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

‘କରାଚିରେ ଭାରତ କରିଥିଲା ଆକ୍ରମଣ’ – ପାକିସ୍ତାନ ଅଭିଯୋଗର କଡ଼ା ଜବାବ ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୬: କରାଚୀ ଆତଙ୍କବାଦୀ ଆକ୍ରମଣରେ ଜଣେ ‘ଭାରତୀୟ ଏଜେଣ୍ଟ’ଙ୍କ ସମ୍ପୃକ୍ତି ସମ୍ପର୍କରେ ପାକିସ୍ତାନର ଅଭିଯୋଗକୁ ଭାରତ ଖାରଜ କରିଦେଇଛି, ଏହାକୁ ଭିତ୍ତିହୀନ ବୋଲି କହିଛି। ଏହା ପାକିସ୍ତାନକୁ…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା

ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ…

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri