ଦିନେଶ କୁମାର ଖାରା ଏସ୍‌ବିଆଇର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ: ଦିନେଶ କୁମାର ଖାରା ଏସ୍‌ବିଆଇର ନୂଆ ଅଧ୍ୟକ୍ଷ ଭାବେ ଅବସ୍ଥାପିତ ହୋଇଛନ୍ତି। ବର୍ତ୍ତମାନର ଅଧ୍ୟକ୍ଷ ରଜନୀଶ କୁମାରଙ୍କ କାର୍ଯ୍ୟକାଳ ସରିବା ପରେ ଖାରା ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି। ଖାରା ବର୍ତ୍ତମାନ ଏସ୍‌ବିଆଇରେ ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟକରୁଛନ୍ତି। ତାଙ୍କୁ ଆଗାମୀ ୩ ବର୍ଷ ଲାଗି ନିଯୁକ୍ତି ପ୍ରଦାନ କରାଯାଇଛି। ସେହିଭଳି ଏସ୍‌ବିଆଇ ଏମ୍‌ଡି ପଦବୀ ଲାଗି ବ୍ୟାଙ୍କସ ବୋର୍ଡ ବ୍ୟୁରୋ ସ୍ବାମୀନାଥନ ଜାନକୀରମନ ଏବଂ ଅଶ୍ୱିନୀ କୁମାର ତିଓ୍ବାରୀଙ୍କ ନାମକୁ ସୁପାରିସ କରିଛି। ଖାରା ବ୍ୟାଙ୍କର ଏମ୍‌ଡିଙ୍କ ମଧ୍ୟରେ ସବୁଠାରୁ ବରିଷ୍ଠ। ୧୯୮୪ରେ ସେ ଏସ୍‌ବିଆଇରେ ପ୍ରୋବେସନାରି ଅଧିକାରୀ ଭାବେ ଯୋଗଦେଇଥିଲେ। ସେ ବାଣିଜ୍ୟରେ ସ୍ନାତକ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ମ୍ୟାନେଜମେଣ୍ଟ ଡିଗ୍ରୀ ହାସଲ କରିଛନ୍ତି। ସେ ଦିଲ୍ଲୀ ଏବଂ ଭୋପାଳ ସର୍କଲରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରି ଆସିଛନ୍ତି। ଏସ୍‌ବିଆଇ ସହ ଏହାର ୫ ସହଯୋଗୀ ଏବଂ ଭାରତୀୟ ମହିଳା ବ୍ୟାଙ୍କ ମିଶ୍ରଣ କ୍ଷେତ୍ରରେ ତାଙ୍କର ବିଶେଷ ଯୋଗଦାନ ରହିଛି। ଏସ୍‌ବିଆଇ ମ୍ୟୁଚୁଆଲ ଫଣ୍ଡ ଏବଂ ଏସ୍‌ବିଆଇ ଜେନେରାଲର ସେ ଏମ୍‌ଡି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ଏସ୍‌ବିଆଇ ମ୍ୟୁଚୁଆଲ ଫଣ୍ଡ ବାଣିଜ୍ୟକୁ ନୂଆ ଦିଗନ୍ତ ଦେବାରେ ସେ ବେଶ୍‌ ଜଣାଶୁଣା। ୫୯ ବର୍ଷୀୟ ଖାରାଙ୍କୁ ୨୦୧୬ରେ ବ୍ୟାଙ୍କରେ ଏମ୍‌ଡି ଭାବେ ନିଯୁକ୍ତି କରାଯାଇଥିଲା। ପରେ ତାଙ୍କ କାର୍ଯ୍ୟକାଳକୁ ୨ ବର୍ଷ ବଢ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri