ରାତ୍ରିଭୋଜନ ବିଳମ୍ବରେ କରୁଥିଲେ

କାର୍ଯ୍ୟବ୍ୟସ୍ତତା ଲାଗି ହେଉ ଅବା ଅନ୍ୟାନ୍ୟ କାରଣରୁ ଅନେକେ ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ଏହା ଦ୍ୱାରା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଛି। ଜାଣିରଖନ୍ତୁ ସେ ସମ୍ପର୍କରେ…

ବାଧା ପାଏ ହଜମକ୍ରିୟା: ରାତି ଖାଇବା ଡେରି ହେଲେ ହଜମକ୍ରିୟା ବାଧାପ୍ରାପ୍ତ ହୁଏ। ଖାଦ୍ୟ ଭଲ ଭାବେ ହଜମ ନ ହେବାରୁ ଏସିଡିଟି ହେବା ସହ ଛାତି ଜଳିବା, ଆମ୍ବିଳା ହାକୁଟି ହେବା ଭଳି ସମସ୍ୟା ଦେଖାଦିଏ। ତେଣୁ ରାତିରେ ଶୀଘ୍ର ଖାଇବାକୁ ଚେଷ୍ଟା କରନ୍ତୁ। ଆଉ ଏକ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଅନେକେ ବିଳମ୍ବରେ ଖାଉଥିବାରୁ ସଙ୍ଗେ ସଙ୍ଗେ ଶୋଇ ପଡ଼ନ୍ତି। ହେଲେ ଏପରି ନ କରି ଖାଇବା ପରେ ଅଳ୍ପ ସମୟ ଚାଲବୁଲ କରିବା ପରେ ଶୁଅନ୍ତୁ।

ଦେଖାଦିଏ ମେଦବହୁଳତା: ଡେରିରେ ଖାଇବା ଦ୍ୱାରା ଖାଦ୍ୟ ହଜମ ନ ହୋଇ ପାରିବା କାରଣରୁ ଅନେକଙ୍କଠାରେ ମେଟାବଲିଜମ୍‌ ସ୍ତର ଅନିୟନ୍ତ୍ରିତ ହୋଇଥାଏ। ଶରୀରରେ ଅଧିକ କ୍ୟାଲୋରି ଜମା ହେବା ଫଳରେ ମେଦବହୁଳତା ଦେଖାଦିଏ, ଯାହାକି ପରବର୍ତ୍ତୀ ସମୟରେ ଡାଇବେଟିସ୍‌, ବ୍ଲଡ୍‌ପ୍ରେସର ଭଳି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ।
ସାଜେ ନିଦ୍ରାହୀନତାର କାରଣ: ଏକ ଗବେଷଣା ରିପୋର୍ଟ ମୁତାବକ ରାତ୍ରିଭୋଜନ ବିଳମ୍ବରେ କରିବା ଦ୍ୱାରା ବଦହଜମୀ, ଗ୍ୟାସ୍‌ ଭଳି ବିଭିନ୍ନ ସମସ୍ୟା ଉପୁଜିବା ସହ ରାତିରେ ନିଦ୍ରା ବାଧାପ୍ରାପ୍ତ ହୋଇଥାଏ। କେବଳ ଏତିକି ନୁହେଁ, ମସ୍ତିଷ୍କ ଠିକ୍‌ ଭାବେ ବିଶ୍ରାମ ନ ପାଇବାରୁ କେତେକଙ୍କ ଠାରେ ଅଜବ ସ୍ବପ୍ନ ମଧ୍ୟ ଆସିଥାଏ।
ପ୍ରଭାବିତ କରେ ମାନସିକ ସ୍ବାସ୍ଥ୍ୟ: ଠିକ୍‌ ସମୟରେ ନ ଖାଇବା ଯୋଗୁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବା ଏବଂ ଠିକ୍‌ ଭାବେ ନିଦ ନ ହେବା କାରଣରୁ ମାନସିକ ସ୍ତରରେ ନକାରାତ୍ମକ ପ୍ରଭାବ ପଡିଥାଏ। ବାରମ୍ବାର ଏପରି ହେବା ଦ୍ୱାରା ଚିଡ଼ିଚିଡ଼ା ଲାଗିବା, ଡିପ୍ରେଶନ୍‌ ଭଳି ବିଭିନ୍ନ ମାନସିକ ସମସ୍ୟା ଦେଖାଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri