ଆଜି ବିଧାୟିକା ଭାବେ ଶପଥ ନେବେ ଦୀପାଳି

ଭୁବନେଶ୍ବର,୧୫ା୫(ବ୍ୟୁରୋ): ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି। ଝାରସୁଗୁଡ଼ା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ନବୀନ ପରାମର୍ଶ ଦେଇଛନ୍ତି। ଦୀପାଳି କହିଛନ୍ତି ଯେ, ଏହା ଝାରସୁଗୁଡ଼ାବାସୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ବିଜୟ। ଉପନିର୍ବାଚନ ପାଇଁ ସମସ୍ତେ ବହୁତ ପରିଶ୍ରମ କରିଛନ୍ତି। ବାପାଙ୍କ ସ୍ବପ୍ନ ଥିଲା ଝାରସୁଗୁଡ଼ାର ନୂତନ ନିର୍ମାଣ। ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଝାରସୁଗୁଡ଼ାରେ ହାର୍ଟ ହସ୍ପିଟାଲ, କ୍ୟାନସର ହସ୍ପିଟାଲ, ଓଭରବ୍ରିଜର ସ୍ବପ୍ନ ଖୁବ୍‌ଶୀଘ୍ର ପୂରଣ ହେବ। ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସ୍ବପ୍ନ ସାକାର କରିବି ବୋଲି ଦୀପାଳି କହିଛନ୍ତି। ସେ ଆହୁରି କହିଛନ୍ତି, ତାଙ୍କର ସୌଭାଗ୍ୟ ଯେ ମୁଖ୍ୟମନ୍ତ୍ରୀ ତାଙ୍କୁ ଝିଅ ଭଳି ଭାବୁଛନ୍ତି। ଜନତା ଓ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦର ହାତ ତାଙ୍କ ମୁଣ୍ଡରେ ରହିଛି ବୋଲି ସେ କହିଛନ୍ତି। ଅନ୍ୟପଟେ ସୋମବାର ୧୦ଟା ୪୫ରୁ ୧୧ ମଧ୍ୟରେ ବିଧାୟିକା ଭାବେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ବାଚସ୍ପତି ତାଙ୍କ ପଦରୁ ଇସ୍ତଫା ଦେଇସାରିଥିବା ବେଳେ ଉପବାଚସ୍ପତି ରଜନୀକାନ୍ତ ସିଂ ତାଙ୍କୁ ଶପଥ ପାଠ କରାଇବେ।
ସୂଚନାଯୋଗ୍ୟ ଯେ, ଗତ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ୍‌ ହୋଇଥିବା ବେଳେ ଗତ ୧୩ ତାରିଖରେ ଗଣତି ସରିଛି। ଏହି ଆସନରୁ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ସେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ ହଜାର ୭୨୧ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ସେ ମୋଟ୍‌ ୧,୦୭,୧୯୮ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କ ବିପକ୍ଷରେ ଭାଜପାରୁ ପ୍ରାର୍ଥୀ ହୋଇଥିବା ଟଙ୍କଧର ତ୍ରିପାଠୀ ୫୮, ୪୭୭ ଖଣ୍ଡ ଭୋଟ୍‌ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri