Posted inଖେଳ

ଇତିହାସ ସୃଷ୍ଟି କଲେ ଦୀପ୍ତି ଶର୍ମା

କେପଟାଉନ୍‌, ୧୫।୨: ମହିଳା ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୧୧୯ ରନର ବିଜୟ ଲକ୍ଷ୍ୟ ରଖିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୬ ଉଇକେଟ ହରାଇ ୧୧୮ ରନ ସଂଗ୍ରହ କରିଥିଲା। ଏହି ମ୍ୟାଚ୍‌ରେ ଦୀପ୍ତି ଶର୍ମା ଭାରତ ପାଇଁ ଇତିହାସ ସୃଷ୍ଟି କରିଥିଲେ। ସେ ମ୍ୟାଚରେ ଚାରି ଓଭରରେ ୧୫ ରନ ଦେଇ ୩ଟି ଉଇକେଟ ନେଇଥିଲେ। ୩ଟି ଉଇକେଟ ନେବା ସହ ସେ ଟି-୨୦ରେ ଭାରତ ପାଇଁ ସର୍ବାଧିକ ଉଇକେଟ ନେଇଥିବା କ୍ରିକେଟର୍‌ ହୋଇଛି। ଏହି କ୍ରମରେ ସେ ପୁନମ ଯାଦବ (୯୮ ଉଇକେଟ)ଙ୍କୁ ପଛରେ ପକାଇଛନ୍ତି। ଏହା ବ୍ୟତୀତ ଦୀପ୍ତି ଅନ୍ତର୍ଜାତୀୟ ଟି-୨୦ରେ ୧୦୦ ଉଇକେଟ ମଧ୍ୟ ପୂରଣ କରିଛନ୍ତି। ପ୍ରଥମ ଭାରତୀୟ ଭାବେ ସେ ପୁରୁଷ ଏବଂ ମହିଳା ଅନ୍ତର୍ଜାତୀୟ ଟି-୨୦ରେ ୧୦୦ ଉଇକେଟ ମାର୍କ ଛୁଇଁଛନ୍ତି। ଭାରତର ପୁରୁଷ କ୍ରିକେଟରଙ୍କ ମଧ୍ୟରେ ୟୁଜଭେନ୍ଦ୍ର ଚହଲ ସର୍ବାଧିକ ଉଇକେଟ ନେଇଛନ୍ତି। ସେ ୯୧ ଉଇକେଟ ନେଇଛନ୍ତି। ଏଥିସହିତ ୧୦୦ ଉଇକେଟ ମାର୍କ ଛୁଇଁଥିବା ମହିଳାମାନଙ୍କ ମଧ୍ୟରେ ଦୀପ୍ତି ନବମ ବୋଲର। ଦୀପ୍ତି ଏପର୍ଯ୍ୟନ୍ତ ଭାରତ ପାଇଁ ୮୯ ଟି-୨୦ ମ୍ୟାଚରେ ୧୦୦ ଉଇକେଟ ନେଇଛନ୍ତି। ୱେଷ୍ଟଇଣ୍ଡିଜ୍‌ର ଅନିସା ମହମ୍ମଦଙ୍କ ନାମରେ ଅନ୍ତର୍ଜାତୀୟ ଟି-୨୦ରେ ସର୍ବାଧିକ ଉଇକେଟ ନେଇଥିବା ରେକର୍ଡ ରହିଛି। ସେ ୧୨୫ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?