Posted inଖେଳ

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ୫୫.୦୭ ସେକେଣ୍ଡ ଟାଇମିଂରେ ଫିନିଶ ଲାଇନ ଅତିକ୍ରମ କରିଥିଲେ। ଗତବର୍ଷ ଚାମ୍ପିୟନଶିପ୍‌ର ପ୍ୟାରିସ ସଂସ୍କରଣରେ ଆମେରିକାର ବ୍ରିନା କ୍ଲାର୍କ ୫୫.୧୨ ସେକେଣ୍ଡ ଟାଇମିଂ ସହ ବିଶ୍ୱରେକର୍ଡ ପ୍ରତିଷ୍ଠା କରିଥିଲେ। ଦୀପ୍ତି ତାଙ୍କ ରେକର୍ଡକୁ ଭଙ୍ଗ କରିବାରେ ସଫଳ ହୋଇଛନ୍ତି। ତୁର୍କୀର ଆଇଜେଲ ଓଣ୍ଡର (୫୫.୧୯) ଦ୍ୱିତୀୟ ହୋଇଥିବା ବେଳେ ଇକ୍ୱେଡରର ଲିଜାନଶେଲା ଆଙ୍ଗୁଲୋ (୫୬.୬୮) ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସୂଚନାଯୋଗ୍ୟ, ବୌଦ୍ଧିକ ଦୁର୍ବଳତା ଥିବା ଆଥ୍‌ଲେଟମାନେ ଟି୨୦ କାଟେଗୋରିରେ ଭାଗ ନେଇଥାନ୍ତି। ଯୋଗେଶ କାଥୁନିୟା (୪୧.୮୦ମିଟର) ପୁରୁଷ ଏଫ୍‌୫୬ କାଟେଗୋରି ଡିସ୍‌କସ୍‌ ଥ୍ରୋରେ ଏକ ରୌପ୍ୟ ପଦକ ଲାଭ କରିଛନ୍ତି। ଏଫ୍‌ ୫୬ କାଟେଗୋରିରେ ମେରୁଦଣ୍ଡରେ ଇଞ୍ଜୁରି ଥିବା ଆଥଲେଟଙ୍କୁ ବସିଥିବା ଅବସ୍ଥାରେ ପ୍ରତିଯୋଗିତାରେ ଭାଗ ନେବାକୁ ପଡ଼ିଥାଏ। ଚାମ୍ପିୟନଶିପ୍‌ରେ ବର୍ତ୍ତମାନ ଭାରତର ପଦକ ସଂଖ୍ୟା ୪ (୧ ସ୍ବର୍ଣ୍ଣ,୨ ରୌପ୍ୟ ଓ ୧ ବ୍ରୋଞ୍ଜ)ରେ ପହଞ୍ଚତ୍ଛି। ରବିବାର ନିଶାଦ କୁମାର (ଟି୪୭ ହାଇଜମ୍ପ) ଏବଂ ପ୍ରୀତି ପାଲ୍‌ (ଟି୩୫ ୨୦୦ମିଟର ରେସ୍‌) ଗୋଟିଏ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri