ମାର୍ଚ୍ଚ ୫ରୁ ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ଉଡ଼ିବ ବିମାନ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ କରିବ। ଇଣ୍ଡିଗୋ ଏୟାରଲାଇନ୍ସ ଏହି ସେବା ଯୋଗାଇ ଦେବ। ଇଣ୍ଡିଗୋର ୬ଇ୦୦୨୭ ବିମାନଟି ସନ୍ଧ୍ୟା ୬ଟା ୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ଦୁବାଇରେ ରାତି ୯ଟା ୪୫ରେ ପହଞ୍ଚତ୍ବ। ସେହିଭଳି ୬ଇ୦୦୨୮ ବିମାନ ପୂର୍ବାହ୍ନ ୧୧ଟା ୨୫ରେ ଦୁବାଇରୁ ବାହାରି ଭୁବନେଶ୍ୱରରେ ଅପରାହ୍ନ ୫ଟା ୫ରେ ଅବତରଣ କରିବ। ତେବେ ୫ ତାରିଖ ଦିନ ଦୁବାଇରୁ ପ୍ରଥମେ ଏହି ବିମାନ ଉଡ଼ାଣ ଆରମ୍ଭ କରି ଭୁବନେଶ୍ୱରରେ ପହଞ୍ଚତ୍ବ। ଦୀର୍ଘଦିନରୁ ଏହି ଅନ୍ତର୍ଜାତୀୟ ବିମାନସେବା ଆରମ୍ଭ ପାଇଁ ପ୍ରସ୍ତୁତି ଚାଲିଥିଲା। ତେବେ ଦୁବାଇକୁ ସିଧାସଳଖ ବିମାନ ଚାଲିବା ଦ୍ୱାରା ଆଉ ଅନ୍ୟ ରାଜ୍ୟକୁ ଯିବାକୁ କିମ୍ବା ବିମାନ ବଦଳାଇବାକୁ ପଡିବ ନାହିଁ। ଦୁବାଇ ପରେ ଖୁବ୍‌ଶୀଘ୍ର ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ମଧ୍ୟ ସିଧାସଳଖ ବିମାନ ଚଳାଚଳ କରିବ। ଗତ ଡିସେମ୍ବର ୨୮ରେ ରାଜ୍ୟ କ୍ୟାବିନେଟ୍‌ ଏହାକୁ ଅନୁମୋଦନ କରିଥିଲା। ଏଥିସହ ରାଜ୍ୟ ସରକାର ବିମାନସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ପ୍ରସ୍ତାବ ମାଗିଥିବାବେଳେ ଇଣ୍ଡିଗୋ ଏହି ସେବା ପ୍ରଦାନ କରିବ ବୋଲି ସହମତି ଦେଇଥିଲା।
ଅନ୍ୟପକ୍ଷରେ ମାର୍ଚ୍ଚ ୫ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ। ଏହି ଦିନରୁ ଅନ୍ତର୍ଜାତୀୟ ବିମାନ ଉଡ଼ିବା ନିଶ୍ଚିତ ରାଜ୍ୟ ପାଇଁ ଗୌରବର ବିଷୟ ବୋଲି କୁହାଯାଉଛି। ପୁଣି ଉକ୍ତଦିନ ଭୁବନେଶ୍ୱର ବିମାନବନ୍ଦରରେ ବିଜୁ ପଟ୍ଟନାୟକଙ୍କ ଐତିହାସିକ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶନ କରାଯିବ। ଏହି ବିମାନର ମରାମତି ଓ ସ୍ଥାପନ ପାଇଁ ଏରୋସ୍ପେସ୍‌ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ ସେଣ୍ଟର(ଏଆର୍‌ଡିସି) ୩ କୋଟି ଟଙ୍କାର ଚୁକ୍ତି କରିଛି। ଏଆର୍‌ଡିସି ବର୍ତ୍ତମାନ ବିମାନର ମରାମତି ଓ ସ୍ଥାପନ କାର୍ଯ୍ୟ ଆରମ୍ଭ କରିସାରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଡାକୋଟା ବିମାନଟି କୋଲକାତାରୁ ୩ଟି ଲରିରେ ଆସି ଗତ ମାସ ୧୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ଥିଲା। ବିଭିନ୍ନ ସ୍ଥାନରେ ଲୋକେ ଭବ୍ୟ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜେ ଭୁବନେଶ୍ୱର ବିମାନବନ୍ଦରରେ ଡାକୋଟା ବିମାନକୁ ପୁଷ୍ପ ପକାଇ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri