ମାର୍ଚ୍ଚ ୫ରୁ ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ଉଡ଼ିବ ବିମାନ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ କରିବ। ଇଣ୍ଡିଗୋ ଏୟାରଲାଇନ୍ସ ଏହି ସେବା ଯୋଗାଇ ଦେବ। ଇଣ୍ଡିଗୋର ୬ଇ୦୦୨୭ ବିମାନଟି ସନ୍ଧ୍ୟା ୬ଟା ୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ଦୁବାଇରେ ରାତି ୯ଟା ୪୫ରେ ପହଞ୍ଚତ୍ବ। ସେହିଭଳି ୬ଇ୦୦୨୮ ବିମାନ ପୂର୍ବାହ୍ନ ୧୧ଟା ୨୫ରେ ଦୁବାଇରୁ ବାହାରି ଭୁବନେଶ୍ୱରରେ ଅପରାହ୍ନ ୫ଟା ୫ରେ ଅବତରଣ କରିବ। ତେବେ ୫ ତାରିଖ ଦିନ ଦୁବାଇରୁ ପ୍ରଥମେ ଏହି ବିମାନ ଉଡ଼ାଣ ଆରମ୍ଭ କରି ଭୁବନେଶ୍ୱରରେ ପହଞ୍ଚତ୍ବ। ଦୀର୍ଘଦିନରୁ ଏହି ଅନ୍ତର୍ଜାତୀୟ ବିମାନସେବା ଆରମ୍ଭ ପାଇଁ ପ୍ରସ୍ତୁତି ଚାଲିଥିଲା। ତେବେ ଦୁବାଇକୁ ସିଧାସଳଖ ବିମାନ ଚାଲିବା ଦ୍ୱାରା ଆଉ ଅନ୍ୟ ରାଜ୍ୟକୁ ଯିବାକୁ କିମ୍ବା ବିମାନ ବଦଳାଇବାକୁ ପଡିବ ନାହିଁ। ଦୁବାଇ ପରେ ଖୁବ୍‌ଶୀଘ୍ର ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ମଧ୍ୟ ସିଧାସଳଖ ବିମାନ ଚଳାଚଳ କରିବ। ଗତ ଡିସେମ୍ବର ୨୮ରେ ରାଜ୍ୟ କ୍ୟାବିନେଟ୍‌ ଏହାକୁ ଅନୁମୋଦନ କରିଥିଲା। ଏଥିସହ ରାଜ୍ୟ ସରକାର ବିମାନସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ପ୍ରସ୍ତାବ ମାଗିଥିବାବେଳେ ଇଣ୍ଡିଗୋ ଏହି ସେବା ପ୍ରଦାନ କରିବ ବୋଲି ସହମତି ଦେଇଥିଲା।
ଅନ୍ୟପକ୍ଷରେ ମାର୍ଚ୍ଚ ୫ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ। ଏହି ଦିନରୁ ଅନ୍ତର୍ଜାତୀୟ ବିମାନ ଉଡ଼ିବା ନିଶ୍ଚିତ ରାଜ୍ୟ ପାଇଁ ଗୌରବର ବିଷୟ ବୋଲି କୁହାଯାଉଛି। ପୁଣି ଉକ୍ତଦିନ ଭୁବନେଶ୍ୱର ବିମାନବନ୍ଦରରେ ବିଜୁ ପଟ୍ଟନାୟକଙ୍କ ଐତିହାସିକ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶନ କରାଯିବ। ଏହି ବିମାନର ମରାମତି ଓ ସ୍ଥାପନ ପାଇଁ ଏରୋସ୍ପେସ୍‌ ରିସର୍ଚ୍ଚ ଆଣ୍ଡ୍‌ ଡେଭଲପ୍‌ମେଣ୍ଟ ସେଣ୍ଟର(ଏଆର୍‌ଡିସି) ୩ କୋଟି ଟଙ୍କାର ଚୁକ୍ତି କରିଛି। ଏଆର୍‌ଡିସି ବର୍ତ୍ତମାନ ବିମାନର ମରାମତି ଓ ସ୍ଥାପନ କାର୍ଯ୍ୟ ଆରମ୍ଭ କରିସାରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଡାକୋଟା ବିମାନଟି କୋଲକାତାରୁ ୩ଟି ଲରିରେ ଆସି ଗତ ମାସ ୧୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ଥିଲା। ବିଭିନ୍ନ ସ୍ଥାନରେ ଲୋକେ ଭବ୍ୟ ସ୍ବାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜେ ଭୁବନେଶ୍ୱର ବିମାନବନ୍ଦରରେ ଡାକୋଟା ବିମାନକୁ ପୁଷ୍ପ ପକାଇ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?