ଆଜିଠାରୁ ଭୁବନେଶ୍ୱରରୁ ସିଙ୍ଗାପୁର, ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ଉଡ଼ିବ

ଭୁବନେଶ୍ୱର, ୩ା୬ (ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ପରେ ୩ ତାରିଖ ଶନିବାରଠାରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ସିଧାସଳଖ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ସକାଳ ୬ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପ୍ରଥମ ବିମାନ ସିଙ୍ଗାପୁର ଅଭିମୁଖେ ଉଡ଼ାଣ ଭରିବ। ଏହାକୁ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ପ୍ରମିଳା ମଲ୍ଲିକ ପତାକା ଦେଖାଇ ଉଦ୍‌ଘାଟନ କରିବେ। ଏହି ବିମାନଟି ୪ ଘଣ୍ଟାରେ ସିଙ୍ଗାପୁରରେ ପହଞ୍ଚତ୍ବ। ସେହିପରି ଅପରାହ୍ନ ୪ଟା ୫୦ରେ ଭୁବନେଶ୍ୱର-ବ୍ୟାଙ୍କକ୍‌ ବିମାନ ସେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି। ଉଭୟ ରୁଟ୍‌ରେ ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ସପ୍ତାହରେ ଦୁଇଥର ମଙ୍ଗଳବାର ଓ ଶନିବାର ଏହି ବିମାନ ସେବା ଯୋଗାଇ ଦିଆଯିବ। ଭୁବନେଶ୍ୱରରୁ ସିଙ୍ଗାପୁରକୁ ସିଧାସଳଖ ବିମାନ ଯାତ୍ରାରେ ଅନେକ ଅତିଥି ରହିଥିବାବେଳେ ଏମାନଙ୍କ ମଧ୍ୟରେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମେୟର ରହିଛନ୍ତି। ଏହି ପଦକ୍ଷେପ ଓଡିଶାର ଯୁବକଙ୍କ ପାଇଁ ଚାକିରି ସୁଯୋଗକୁ ପ୍ରୋତ୍ସାହିତ କରିବ। ସେହିଭଳି ରାଜ୍ୟର ପର୍ଯ୍ୟଟନ ସମ୍ଭାବନାକୁ ବିକଶିତ କରିବା ସହ ଆଇଟି ଏବଂ ଆଇଟିଏସ କ୍ଷେତ୍ରକୁ ମଧ୍ୟ ସମୃଦ୍ଧି କରିବ ବୋଲି ରାଜ୍ୟ ସରକାର ଆଶା ରଖିଛନ୍ତି। ଏହି ନ୍ତର୍ଜାତୀୟ ବିମାନଗୁଡ଼ିକ ପର୍ଯ୍ୟଟକମାନଙ୍କୁ ଅଧିକ ସୁବିଧା ତଥା ସୁଲଭ ଯାତ୍ରା ବିକଳ୍ପ ଯୋଗାଇଦେବା ସହିତ ବାଣିଜ୍ୟ ଓ ପର୍ଯ୍ୟଟନ କ୍ଷେତ୍ରକୁ ବ୍ୟାପକ ଭାବେ ଉତ୍ସାହିତ କରିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri