ଆଜିଠାରୁ ଦୁବାଇକୁ ସିଧାସଳଖ ବିମାନ ଯାତ୍ରା

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସନ୍ଧ୍ୟା ୬ଟା ୪୫ରେ ଭୁବନେଶ୍ୱରରୁ ପ୍ରଥମ ବିମାନ ଦୁବାଇ ଅଭିମୁଖେ ଉଡ଼ାଣ ଭରିବ। ୧୮୦ ସିଟ୍‌ ବିଶିଷ୍ଟ ଇଣ୍ଡିଗୋର ଏହି ବିମାନରେ ଓଡ଼ିଶାରୁ ୧୭୦ଜଣ ଯାତ୍ରୀ ବିଦେଶ ଗସ୍ତ କରିବେ। ଏମାନଙ୍କ ମଧ୍ୟରୁ ରାଜ୍ୟ ସରକାରଙ୍କ ୭୦ଜଣିଆ ସ୍ବତନ୍ତ୍ର ପ୍ରତିନିଧି ମଣ୍ଡଳୀ, ୧୫ଜଣ ବିଧାୟକଙ୍କ ସମେତ ମିଶନ୍‌ ଶକ୍ତି ମହିଳା, ଖେଳାଳି, ଜନଜାତି ନେତା, କଳାକାର ରହିଛନ୍ତି। ବିମାନ ଯାତ୍ରାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଉଦ୍‌ଘାଟନ କରିବେ। ପର୍ଯ୍ୟଟନ ବିଭାଗ ପକ୍ଷରୁ ବିମାନବନ୍ଦରରେ ସମସ୍ତ ଯାତ୍ରୀଙ୍କୁ ଫୁଲରେ ସ୍ବାଗତ କରାଯିବା ସହ ଅନ୍ୟାନ୍ୟ ବ୍ୟବସ୍ଥା କରାଯାଇଛି। ସପ୍ତାହରେ ୩ଦିନ ସୋମବାର, ବୁଧବାର ଏବଂ ଶୁକ୍ରବାର ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି। ଅପରପକ୍ଷେ ଦୁବାଇ କନ୍‌ସୁଲେଟ୍‌ ପକ୍ଷରୁ ପ୍ରଥମ ବିମାନଯାତ୍ରୀଙ୍କ ପାଇଁ ଲଞ୍ଚ ହୋଷ୍ଟ କରିବାର ଯୋଜନା ରହିଛି।
ସୂଚନାଯୋଗ୍ୟ, ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଦୁବାଇକୁ ଅନ୍‌ଲାଇନ୍‌ ବିମାନ ଟିକେଟ ବୁକିଂର ଶୁଭାରମ୍ଭ କରିଥିଲେ। ଏଥିସହ ସେ ପ୍ରଥମ ୮ଟି ଟିକେଟ ମିଶନ୍‌ ଶକ୍ତି ମହିଳା, ଖେଳାଳି, ଜନଜାତି ନେତା, କଳାକାରଙ୍କୁ ପ୍ରଦାନ କରିଥିଲେ। ପୂର୍ବରୁ ଭୁବନେଶ୍ୱରରୁ ଦୁବାଇକୁ ଯିବା ପାଇଁ ସିଧାସଳଖ ବିମାନ ନ ଥିବାବେଳେ ଏହା ଅଧିକ ସମୟ ସାପେକ୍ଷ ହେଉଥିଲା। ମାତ୍ର ଏବେ ଖୁବ୍‌ କମ୍‌ ସମୟ ମଧ୍ୟରେ ଦୁବାଇରେ ପହଞ୍ଚତ୍ ହେବ। ରାଜ୍ୟ ସରକାର ଭୁବନେଶ୍ୱରରୁ ବିଦେଶକୁ ଅଧିକ ବିମାନ ଉଡ଼ାଣ ପାଇଁ ଦୀର୍ଘ ବର୍ଷ ହେଲା ଉଦ୍ୟମ କରୁଥିଳେ ହେଁ ଏବେ ବିଦେଶ ଯାତ୍ରାକୁ ଗ୍ରୀନ୍‌ ସିଗ୍‌ନାଲ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri