୨୪% ବୃଦ୍ଧି ପାଇଛି ପ୍ରତ୍ୟକ୍ଷ କର ସଂଗ୍ରହ

ନୂଆଦିଲ୍ଲୀ,୧୩।୧୨: ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ନଭେମ୍ବର ଶେଷ ସୁଦ୍ଧା ପ୍ରତ୍ୟକ୍ଷ କର ସଂଗ୍ରହ ୨୪% ବୃଦ୍ଧି ଘଟି ୮.୭୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ବାର୍ଷିକ ବଜେଟ ଅନୁମାନଠାରୁ ପ୍ରାୟ ୬୨% (୬୧.୭୯%) ଅଧିକ ବୋଲି ଜଣାପଡିଛି। ଚଳିତ ଆର୍ଥକ ବର୍ଷର ଏପ୍ରିଲରୁ ନଭେମ୍ବର ୩୦ ମଧ୍ୟରେ ଟ୍ୟାକ୍ସ କଲେକ୍ସନ ଗତ ଆର୍ଥିକ ବର୍ଷର ସମାନ ଅବଧି ତୁଳନାରେ ୨୪% ( ୨୪.୨୬%) ରୁ ଅଧିକ ରହିଛି। ସେହିଭଳି ୨୦୨୨-୨୩ ଆର୍ଥିକ ବର୍ଷରେ ସରକାର ୧୪.୨୦ ଲକ୍ଷ କୋଟି ଟଙ୍କା ପ୍ରତ୍ୟକ୍ଷ ଟିକସ ସଂଗ୍ରହ ନେଇ ଅନୁମାନ କରିଥିଲେ। ଏହି ଲକ୍ଷ୍ୟ ପୂର୍ବ ବର୍ଷର ୧୪.୧୦ ଲକ୍ଷ କୋଟି ଟଙ୍କାଠାରୁ ଅଧିକ ରହିଥିଲା। ହେଲେ କର୍ପୋରେଟ୍‌ ଟ୍ୟାକ୍ସ, ପର୍ସନାଲ ଇନ୍‌କମ ଟ୍ୟାକ୍ସକୁ ମିଶାଇ ଡାଇରେକ୍ଟ ଟ୍ୟାକ୍ସ ସଂଗ୍ରହ ହୋଇଥାଏ। ଏପରିକି ଅର୍ଥ ମନ୍ତ୍ରଣାଳୟ ସୂଚନା ଅନୁସାରେ ୨୦୨୨ ଏପ୍ରିଲ ୧ରୁ ନଭେମ୍ବର ୨୦ ମଧ୍ୟରେ ୨.୧୫ ଲକ୍ଷ କୋଟି ଟଙ୍କାର ରିଫଣ୍ଡ ମଧ୍ୟ ଦିଆଯାଇଛି। ଅର୍ଥ ମନ୍ତ୍ରଣାଳୟର ସୂଚନା ଅନୁସାରେ ୨୦୨୨-୨୩ ଆସେସମେଣ୍ଟ ବର୍ଷ ପାଇଁ ନଭେମ୍ବର ୨୦ସୁଦ୍ଧା ୬.୭୯ କୋଟି କରଦାତା ଆୟକର ରିଟର୍ନ ଦାଖଲ କରିଛନ୍ତି। ସେହିଭଳି ମନ୍ତ୍ରଣାଳୟର କହିବା ଅନୁସାରେ ୨୦୨୨-୨୩ ରେ ଗୋଟିଏ ଦିନରେ ୨.୪୨ କୋଟି ଆଇଟିଆର ଦାଖଲ କରିଛନ୍ତି,ଯାହା ଏକ ରେକର୍ଡ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri