ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୧୩.୭୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୨।୩: ଚଳିତ ଆର୍ଥିକ ବର୍ଷର ପ୍ରାରମ୍ଭରୁ ୨୦୨୩ ମାର୍ଚ୍ଚ ୧୦ ତାରିଖ ସୁଦ୍ଧା ପ୍ରତ୍ୟକ୍ଷ ଟିକସ ସଂଗ୍ରହ ନେଟ୍‌ ରିଫଣ୍ଡ ପରିମାଣ ବାଦ୍‌ ଯିବା ପରେ ପ୍ରାୟ ୧୪ (୧୩. ୭୩) ଲକ୍ଷ କୋଟି ଟଙ୍କା ସଂଗ୍ରହ ହୋଇଛି। ଏପରିକି ଗତ ବର୍ଷର ସମାନ ଅବଧି ମଧ୍ୟରେ ନେଟ୍‌ ସଂଗ୍ରହଠାରୁ ପ୍ରାୟ ୧୭% (୧୬.୭୮%) ବୋଲି ଶନିବାର କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ (ସିବିଡିଟି) ପକ୍ଷରୁ କୁହାଯାଇଛି। ଏପରିକି ଏହି ସଂଗ୍ରହ ମୋଟ ବଜେଟ ଆକଳନର ପ୍ରାୟ ୯୭% (୯୬.୬୭%) ଏବଂ ୨୦୨୨-୨୩ ଆର୍ଥିକ ବର୍ଷର ସଂଶୋଧିତ ପ୍ରତ୍ୟକ୍ଷ ଟିକସ ଆକଳନର ୮୩%(୮୩.୧୯%)ରୁ ଅଧିକ ବୋଲି ସିବିଟିଡି ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଦେଶରେ ସଂଗୃହୀତ ହୋଇଥିବା ପ୍ରତ୍ୟକ୍ଷ ଟିକସ ପରିମାଣରେ ନିରନ୍ତର ଅଭିବୃଦ୍ଧି ଘଟିଛି। ଏପରିକି ଚଳିତ ବର୍ଷ ମାର୍ଚ୍ଚ ୧୦ ସୁଦ୍ଧା ମୋଟ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପରିମାଣ ପ୍ରାୟ ୧୭(୧୬.୬୮) ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ପୂର୍ବ ବର୍ଷର ସମାନ ଅବଧି ମଧ୍ୟରେ ସଂଗୃହୀତ ପ୍ରତ୍ୟକ୍ଷ ଟିକସଠାରୁ ଏହା ପ୍ରାୟ ୨୩%(୨୨.୫୮%) ବୋଲି ସିବିଡିଟି ପକ୍ଷରୁ କୁହାଯାଇଛି। ସେହିପରି ବର୍ତ୍ତମାନ ସୁଦ୍ଧା କର୍ପୋରେଟ ଓ ବ୍ୟକ୍ତିଗତ ଆୟକରର ଅଭିବୃଦ୍ଧି ମୋଟ ରାଜସ୍ବ ସଂଗ୍ରହ ହିସାବରେ ଯଥାକ୍ରମେ ୧୮.୦୮% ଓ ୨୭.୫୭% ବୃଦ୍ଧି ଘଟିଛି। ବିଶେଷକରି ରିଫଣ୍ଡକୁ ଭଲ ଭାବେ ହିସାବ କରିବା ପରେ କର୍ପୋରେଟ ଆୟକରର ନେଟ୍‌ ଅଭିବୃଦ୍ଧି ୧୩. ୬୨% ଓ ବ୍ୟକ୍ତିଗତ ଆୟକର ୨୦.୦୬ % ଅଭିବୃଦ୍ଧି ହୋଇଛି। ଏପରିକି ଅଗ୍ରିମ ଟିକସ ଆକାରରେ ଟିକସଦାତାଙ୍କଠାରୁ ଯେଉଁ ଅଧିକ ଟିକସ ଆଦାୟ କରାଯାଇଥିଲା ତାହା ରିଫଣ୍ଡ ଆକାରରେ ହିତାଧିକାରୀଙ୍କୁ ଫେରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୨ ଏପ୍ରିଲ ୧ ରୁ ୨୦୨୩ ମାର୍ଚ୍ଚ ୧୦ତାରିଖ ମଧ୍ୟରେ ୨. ୯୫ ଲକ୍ଷ କୋଟି ଟଙ୍କା ରିଫଣ୍ଡ ଆକାରରେ ଟିକସଦାତାଙ୍କୁ ଦିଆଯାଇଛି। ପୂର୍ବବର୍ଷ ତୁଳନାରେ ଏହି ରିିଫଣ୍ଡ ପରିମାଣ ୫୯.୪୪% ବୋଲି ସିବିଟିଡି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri