ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୧୩.୭୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୨।୩: ଚଳିତ ଆର୍ଥିକ ବର୍ଷର ପ୍ରାରମ୍ଭରୁ ୨୦୨୩ ମାର୍ଚ୍ଚ ୧୦ ତାରିଖ ସୁଦ୍ଧା ପ୍ରତ୍ୟକ୍ଷ ଟିକସ ସଂଗ୍ରହ ନେଟ୍‌ ରିଫଣ୍ଡ ପରିମାଣ ବାଦ୍‌ ଯିବା ପରେ ପ୍ରାୟ ୧୪ (୧୩. ୭୩) ଲକ୍ଷ କୋଟି ଟଙ୍କା ସଂଗ୍ରହ ହୋଇଛି। ଏପରିକି ଗତ ବର୍ଷର ସମାନ ଅବଧି ମଧ୍ୟରେ ନେଟ୍‌ ସଂଗ୍ରହଠାରୁ ପ୍ରାୟ ୧୭% (୧୬.୭୮%) ବୋଲି ଶନିବାର କେନ୍ଦ୍ରୀୟ ପ୍ରତ୍ୟକ୍ଷ କର ବୋର୍ଡ (ସିବିଡିଟି) ପକ୍ଷରୁ କୁହାଯାଇଛି। ଏପରିକି ଏହି ସଂଗ୍ରହ ମୋଟ ବଜେଟ ଆକଳନର ପ୍ରାୟ ୯୭% (୯୬.୬୭%) ଏବଂ ୨୦୨୨-୨୩ ଆର୍ଥିକ ବର୍ଷର ସଂଶୋଧିତ ପ୍ରତ୍ୟକ୍ଷ ଟିକସ ଆକଳନର ୮୩%(୮୩.୧୯%)ରୁ ଅଧିକ ବୋଲି ସିବିଟିଡି ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଦେଶରେ ସଂଗୃହୀତ ହୋଇଥିବା ପ୍ରତ୍ୟକ୍ଷ ଟିକସ ପରିମାଣରେ ନିରନ୍ତର ଅଭିବୃଦ୍ଧି ଘଟିଛି। ଏପରିକି ଚଳିତ ବର୍ଷ ମାର୍ଚ୍ଚ ୧୦ ସୁଦ୍ଧା ମୋଟ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପରିମାଣ ପ୍ରାୟ ୧୭(୧୬.୬୮) ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ପୂର୍ବ ବର୍ଷର ସମାନ ଅବଧି ମଧ୍ୟରେ ସଂଗୃହୀତ ପ୍ରତ୍ୟକ୍ଷ ଟିକସଠାରୁ ଏହା ପ୍ରାୟ ୨୩%(୨୨.୫୮%) ବୋଲି ସିବିଡିଟି ପକ୍ଷରୁ କୁହାଯାଇଛି। ସେହିପରି ବର୍ତ୍ତମାନ ସୁଦ୍ଧା କର୍ପୋରେଟ ଓ ବ୍ୟକ୍ତିଗତ ଆୟକରର ଅଭିବୃଦ୍ଧି ମୋଟ ରାଜସ୍ବ ସଂଗ୍ରହ ହିସାବରେ ଯଥାକ୍ରମେ ୧୮.୦୮% ଓ ୨୭.୫୭% ବୃଦ୍ଧି ଘଟିଛି। ବିଶେଷକରି ରିଫଣ୍ଡକୁ ଭଲ ଭାବେ ହିସାବ କରିବା ପରେ କର୍ପୋରେଟ ଆୟକରର ନେଟ୍‌ ଅଭିବୃଦ୍ଧି ୧୩. ୬୨% ଓ ବ୍ୟକ୍ତିଗତ ଆୟକର ୨୦.୦୬ % ଅଭିବୃଦ୍ଧି ହୋଇଛି। ଏପରିକି ଅଗ୍ରିମ ଟିକସ ଆକାରରେ ଟିକସଦାତାଙ୍କଠାରୁ ଯେଉଁ ଅଧିକ ଟିକସ ଆଦାୟ କରାଯାଇଥିଲା ତାହା ରିଫଣ୍ଡ ଆକାରରେ ହିତାଧିକାରୀଙ୍କୁ ଫେରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୨ ଏପ୍ରିଲ ୧ ରୁ ୨୦୨୩ ମାର୍ଚ୍ଚ ୧୦ତାରିଖ ମଧ୍ୟରେ ୨. ୯୫ ଲକ୍ଷ କୋଟି ଟଙ୍କା ରିଫଣ୍ଡ ଆକାରରେ ଟିକସଦାତାଙ୍କୁ ଦିଆଯାଇଛି। ପୂର୍ବବର୍ଷ ତୁଳନାରେ ଏହି ରିିଫଣ୍ଡ ପରିମାଣ ୫୯.୪୪% ବୋଲି ସିବିଟିଡି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?