ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୧୬.୬୧ ଲକ୍ଷ କୋଟି

ନୂଆଦିଲ୍ଲୀ,୪।୪: ଚଳିତ ଆର୍ଥିକ ବର୍ଷ ( ୨୦୨୨-୨୩ ବଷ)ରେ ୧୬.୬୧ ଲକ୍ଷ କୋଟି ଟଙ୍କାର ପ୍ରତ୍ୟକ୍ଷ ଟିକସ ସଂଗ୍ରହ କରାଯାଇଛି , ଯାହାକି ୨୦୨୧-୨୨ ତୁଳନାରେ ପ୍ରାୟ ୧୮% (୧୭.୬୩%) ବୋଲି କୁହାଯାଉଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷରେ ବଜେଟ୍‌ ଆକଳନ ଠାରୁ ଅଧିକ ଅସ୍ଥାୟୀ (ପ୍ରୋଭିଜନାଲ) ପ୍ରତ୍ୟକ୍ଷ ଟିକସ ସଂଗ୍ରହ ହୋଇଛି। ବିଶେଷ କରି ୨୦୨୧-୨୨ ବର୍ଷରେ ୧୪.୧୨ ଲକ୍ଷ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଥିଲା। ସେହିଭଳି ୨୦୨୨-୨୩ ଆର୍ଥିକ ବର୍ଷର କେନ୍ଦ୍ର ବଜେଟରେ ୧୪.୨୦ ଲକ୍ଷ କୋଟି ଟଙ୍କାର ପ୍ରତ୍ୟକ୍ଷ ଟିକସ ସଂଗ୍ରହ କରାଯିବା ନେଇ ଆକଳନ କରାଯାଇଥିଲା। ହେଲେ ପରବର୍ତ୍ତୀ ସମୟରେ ସେଥିରେ ସଂଶୋଧନ କରାଯାଇ ସଂଶୋଧିତ ଆକଳନ ଅନୁଯାୟୀ ୧୬.୫୦ ଲକ୍ଷ କୋଟି ଟଙ୍କାର ପ୍ରତ୍ୟକ୍ଷ ଟିକସ ଆଦାୟ ହେବା ନେଇ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ତେବେ ବଜେଟ ଆକଳନଠାରୁ ୧୬.୯୭% ଅଧିକ ଏବଂ ସଂଶୋଧିତ ଆକଳନଠାରୁ ୦.୬୯ ପ୍ରତିଶତ ଅଧିକ ଅସ୍ଥାୟୀ ପ୍ରତ୍ୟକ୍ଷ ଟିକସ ସଂଗ୍ରହ (ରିଫଣ୍ଡଗୁଡ଼ିକର ଶୁଦ୍ଧ ବା ନିଟ୍‌ ଅଫ୍‌ ଦ ରିଫଣ୍ଡ) କରାଯାଇଛି। ରିଫଣ୍ଡ ପରିଶୋଧ କରିବା ପୂର୍ବରୁ ୨୦୨୨-୨୩ ଆର୍ଥିକ ବର୍ଷରେ ପ୍ରତ୍ୟକ୍ଷ ଟିକସର ସକଳ ସଂଗ୍ରହ (ଅସ୍ଥାୟୀ) ପରିମାଣ ୧୯.୬୮ ଲକ୍ଷ କୋଟି ଟଙ୍କା ରହିଛି, ଯାହାକି ୨୦୨୧-୨୨ ଆର୍ଥିକ ବର୍ଷରେ ସଂଗୃହୀତ ଟିକସ ପରିମାଣ ୧୬.୩୬ ଲକ୍ଷ କୋଟି ଟଙ୍କା ଠାରୁ ୨୦.୩୩% ଅଧିକ ବୋଲି କୁହାଯାଉଛି। ୨୦୨୨-୨୩ ଆର୍ଥିକ ବର୍ଷରେ ସକଳ କର୍ପୋରେଟ ଟିକସ ସଂଗ୍ରହ (ଅସ୍ଥାୟୀ) ୧୦,୦୪,୧୧୮ କୋଟି ଟଙ୍କା ରହିଛି ଏବଂ ଏହା ପୂର୍ବ ଆର୍ଥିକ ବର୍ଷରେ ସଂଗୃହୀତ ସକଳ କର୍ପୋରେଟ୍‌ ଟିକସ ପରିମାଣ ୮,୫୮,୮୪୯ କୋଟି ଟଙ୍କା ଠାରୁ ୧୬.୯୧% ଅଧିକ ରହିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ଏସଟିଟି ସମେତ ସକଳ ବ୍ୟକ୍ତିଗତ ଆୟକର ଆଦାୟ (ଅସ୍ଥାୟୀ) ୯,୬୦,୭୬୪ କୋଟି ଟଙ୍କା ରହିଛି ଏବଂ ଏହା ପୂର୍ବବର୍ଷ ସଂଗୃହୀତ ବ୍ୟକ୍ତିଗତ ଆୟକର (ଏସଟିଟି ସମେତ) ପରିମାଣ ୭,୭୩,୩୮୯ ଠାରୁ ୨୪.୨୩% ଅଧିକ ରହିଥିବା ବେଳେ ୨୦୨୨-୨୩ ଆର୍ଥିକ ବର୍ଷରେ ୩,୦୭,୩୫୨ କୋଟି ଟଙ୍କାର ରିଫଣ୍ଡ ଜାରି କରାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଜାରି ହୋଇଥିବା ରିଫଣ୍ଡ ପରିମାଣ ୨,୨୩,୬୫୮ କୋଟି ଟଙ୍କା ଠାରୁ ୩୭.୪୨% ଅଧିକ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri