‘ଯୋଗ୍ୟ ହିତାଧିକାରୀ ବାଛିବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ’

ଭୁବନେଶ୍ବର,୧୮।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାକୁ ସଦ୍ୟତମ ମିଳିଥିବା ଅତିରିକ୍ତ ୯.୫୯ ଲକ୍ଷ ଘର ସ୍ବଚ୍ଛ ଓ ନିରପେକ୍ଷଭାବେ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ କରାଯାଉ। ଏଥିଲାଗି ଯେପରି ଉଚିତ ପଦକ୍ଷେପ ନିଆଯିବ ସେନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପାଇଁ ମଙ୍ଗଳବାର ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଭେଟି ଭାଜପା ପ୍ରତିନିଧି ମଣ୍ଡଳୀ ଅନୁରୋଧ କରିଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝିଙ୍କ ନେତୃତ୍ୱରେ ଭାଜପା ବିଧାୟକ ଏବଂ ଦଳୀୟ ନେତାମାନେ ରାଜ୍ୟପାଳଙ୍କୁ ଭେଟି ଅନୁରୋଧ କରିବା ସହିତ କହିଛନ୍ତି, ଆବାସ ଯୋଜନାର ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓଡ଼ିଶା ସରକାର ନିମନ୍ତ୍ରଣ କରନ୍ତୁ। ଓଡ଼ିଶାର ଆଶା ଆକାଂକ୍ଷାକୁ ପ୍ରାଥମିକତା ଦେବା ଭିତ୍ତିରେ ପୂର୍ବରୁ ୨୦୧୮ରେ ଆବାସ ପ୍ଲସ୍‌ ୱେବ୍‌ସାଇଟ୍‌ରେ ୪ ଥର ସମୟ ସୀମା ବୃଦ୍ଧି କରିଥିଲେ। ତଥାପି ହିତାଧିକାରୀଙ୍କ ତାଲିକା ଦେବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ। ଫନୀ ବାତ୍ୟା ଯୋଗୁ ଆବାସ ପ୍ଲସ୍‌ ପ୍ଲାଟ୍‌ଫର୍ମରେ ଓଡ଼ିଶାକୁ ୨ଟି ସ୍ପେଶାଲ ୱିଣ୍ଡୋରେ ଅଧିକ ଯୋଗ୍ୟ ପରିବାର ବର୍ଗଙ୍କୁ ସାମିଲ କରିବା ପାଇଁ ଅନୁମତି ଦିଆଯିବା ପରେ ମଧ୍ୟ ରାଜ୍ୟ ସରକାର ହିତାଧିକାରୀଙ୍କୁ ସାମିଲ କରିପାରି ନ ଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାରମ୍ବାର ହସ୍ତକ୍ଷେପ ଓ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହଙ୍କ ଯୋଗୁ ପୁଣିଥରେ ଆବାସ ପ୍ଲସ୍‌ ପୋର୍ଟାଲ ଖୋଲିଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବର୍ତ୍ତମାନ ଥିବା ୧୮ ଲକ୍ଷ ହିତାଧିକାରୀଙ୍କ ମଧ୍ୟରୁ ଲକ୍ଷେଙ୍କୁ ଘର ଆବଣ୍ଟନ, କାର୍ଯ୍ୟାଦେଶ ଓ ବ୍ୟାଙ୍କ ପେମେଣ୍ଟ ଆଦିରେ ଅନିୟମିତତା ପରିଲକ୍ଷିତ ହୋଇଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି। ଅପରପକ୍ଷେ ଏ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ବିଭିନ୍ନ ସମୟରେ ବିଧାନସଭାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅଯୋଗ୍ୟ ତଥା ବିଜେଡି କର୍ମୀଙ୍କୁ ଘର ବଣ୍ଟାଯାଉଥିବା ନେଇ ବହୁବାର ଅଭିଯୋଗ କରିଆସିଛୁ। ଏବେ ଯଦି ଅଯୋଗ୍ୟ ହିତାଧିକାରୀଙ୍କୁ ଘର ମିଳିବ ତେବେ କଂଗ୍ରେସ ଜୋର୍‌ଦାର ଆନ୍ଦୋଳନ କରିବ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri