ରାଜ୍ୟ ସରକାରଙ୍କୁ ବିସ୍ତୃତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୩ା୧: ରାଜ୍ୟରେ ଚାଲିଥିବା ବେଆଇନ ଗୋହତ୍ୟା ଓ ଗୋ-ଚାଲାଣ ରୋକିବାକୁ ସରକାର କ’ଣସବୁ ପଦକ୍ଷେପ ନେଇଛନ୍ତି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ମୁରାହରି ଶ୍ରୀରମଣଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଅଗଷ୍ଟ ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ପକ୍ଷରୁ ଏ ନେଇ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ମାମଲାର ପୂର୍ବ ଶୁଣାଣିବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଜବାବ ଦାଖଲ କରାଯାଇଥିବାବେଳେ ଆବେଦନକାରୀଙ୍କ ପକ୍ଷରୁ ପ୍ରତିଜବାବ ଦାଖଲ କରାଯାଇଥିଲା। ଗୁରୁବାର ଶୁଣାଣିବେଳେ ଖଣ୍ଡପୀଠ ବେଆଇନ ଗୋହତ୍ୟା ଓ ଗୋଚାଲାଣ ରୋକିବା ଦିଗରେ କ’ଣସବୁ ପଦକ୍ଷେପ ନିଆଯାଇଛି ବୋଲି ରାଜ୍ୟ ସରକାରଙ୍କଠାରୁ ଜାଣିବାକୁ ଚାହିଁଥିଲେ। ପୂର୍ବ ଶୁଣାଣିରେ ସରକାର ଅନ୍ୟ ରାଜ୍ୟରେ ଏନେଇ ରହିଥିବା ଆଇନକୁ ପରଖି ପଦକ୍ଷେପ ନେବାକୁ କହିଥିବା ପରିପ୍ରେକ୍ଷୀରେ ବର୍ତ୍ତମାନର ସ୍ଥିତି ବିଷୟରେ ଅଦାଲତ ପଚାରିଥିଲେ। ତେବେ ଏଥିପାଇଁ ସ୍ବତନ୍ତ୍ର ଟାସ୍କ ଫୋର୍ସ ଗଠନ ନେଇ କ’ଣ ପଦକ୍ଷେପ ନିଆଯାଇଛି, ଏଯାବତ୍‌ କେତେ ବେଆଇନ ଗୋହତ୍ୟା ହୋଇଛି, କେତେ ଗୋଚାଲାଣ ହୋଇଛି ସେନେଇ ରାଜ୍ୟ ସରକାର ବିସ୍ତୃତ ଭାବେ ରିପୋର୍ଟ ପ୍ରସ୍ତୁତ କରି ଆଗାମୀ ଜୁଲାଇ ୧ ତାରିଖ ସୁଦ୍ଧା ହାଇକୋର୍ଟରେ ଦାଖଲ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରଗଡ଼ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri