ବଳାତ୍କାର ଅଭିଯୋଗରେ ନିର୍ଦ୍ଦେଶକ ଗିରଫ: ମହାକୁମ୍ଭ ଭାଇରାଲ୍‌ ଗର୍ଲ ମୋନାଲିସାଙ୍କୁ ଫିଲ୍ମ କରିଥିଲେ ଅଫର୍‌

ନୂଆଦିଲ୍ଲୀ,୩୧।୩: ‘ମହାକୁମ୍ଭ ୨୦୨୫’ରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଏକ ଭୂମିକା ପ୍ରଦାନ କରିଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ଦ୍ଦେଶକଙ୍କ ଉପରେ ଜଣେ ମହିଳା ତାଙ୍କୁ ବହୁ ବର୍ଷ ଧରି ଶାରୀରିକ ନିର୍ଯାତନା ଦେଉଥିବାର ଅଭିଯୋଗ ଆଣିଛନ୍ତି।

୪୫ ବର୍ଷୀୟ ସନୋଜ ମିଶ୍ରଙ୍କ ଉପରେ ଜଣେ ୨୮ ବର୍ଷୀୟ ମହିଳା ଅଭିଯୋଗ ଆଣିଥିଲେ ଯେ, ସନୋଜ ତାଙ୍କୁ ଚାରି ବର୍ଷ ଧରି ବଳାତ୍କାର କରିଥିଲେ। ଜଣେ ଚଳଚ୍ଚିତ୍ର ଅଭିନେତ୍ରୀ ହେବାକୁ ଚାହୁଁଥିବା ମହିଳା ଜଣକ ମୁମ୍ବାଇରେ ସନୋଜଙ୍କ ସହ ଲିଭ-ଇନ ସମ୍ପର୍କରେ ଥିଲେ। ନିର୍ଦ୍ଦେଶକ ତାଙ୍କୁ ତିନିଥର ଗର୍ଭପାତ କରିବାକୁ ମଧ୍ୟ ବାଧ୍ୟ କରିଥିଲେ।

ପୋଲିସକୁ ଦେଇଥିବା ବୟାନରେ ପୀଡିତା କହିଛନ୍ତି, ପ୍ରଥମେ ସନୋଜ ମିଶ୍ର ତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ଏହା ପରେ, ସେ ତାଙ୍କୁ ଚଳଚ୍ଚିତ୍ରରେ କାମ କରିବାର ପ୍ରସ୍ତାବ ଦେଇ ପ୍ରଲୋଭିତ କରିଥିଲେ ଏବଂ ଚୁପ ରହିବାକୁ ଧମକ ଦେଇଥିଲେ। ପରେ ସେ ବିବାହର ପ୍ରତିଶ୍ରୁତିରୁ ମଧ୍ୟ ଓହରିଗଲେ। ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ଏହି ମାମଲାରେ, ନିର୍ଦ୍ଦେଶକଙ୍କ ବିରୋଧରେ ୬ ମାର୍ଚ୍ଚ ୨୦୨୪ରେ ବଳାତ୍କାର, ଆକ୍ରମଣ, ଗର୍ଭପାତ କରିବାକୁ ବାଧ୍ୟ କରିବା ଏବଂ ଧମକ ଦେବା ଭଳି ଅନେକ ଧାରା ଅଧୀନରେ ଏକ ଏଫଆଇଆର ରୁଜୁ କରାଯାଇଥିଲା।

ଯେଉଁ ମାମଲାରେ ନିର୍ଦ୍ଦେଶକଙ୍କୁ ଗିରଫ କରାଯାଇଛି, ତାହା ୧୮ ଫେବୃଆରୀ ୨୦୨୫ରେ ଘଟିଥିଲା। ଅଭିଯୁକ୍ତ ପୀଡିତାଙ୍କୁ ନବି କରିମରେ ଥିବା ହୋଟେଲ ଶିବାକୁ ଆଣିଥିଲେ ବୋଲି ଅଭିଯୋଗ ହୋଇଛି। ସନୋଜଙ୍କ ବିରୋଧରେ ଏହି ସମୟ ମଧ୍ୟରେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ତାଙ୍କୁ ଛାଡିଦେଇଥିବା ଅଭିଯୋଗ ଆସିଛି। ସେ ତାଙ୍କୁ ଧମକ ମଧ୍ୟ ଦେଇଥିଲେ, ଯଦି ସେ ତାଙ୍କ ବିରୋଧରେ ଅଭିଯୋଗ କରନ୍ତି, ତେବେ ସେ ତାଙ୍କର ଅଶ୍ଳୀଳ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ କରିବେ। ଏହା ପରେ ପୀଡିତା ଏକ ଅଭିଯୋଗ ଦାଖଲ କରିଥିଲେ। ପୂର୍ବରୁ ମାମଲାର ଶୁଣାଣି କରୁଥିବା ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିବା ପରେ ମିଶ୍ରଙ୍କୁ ଗିରଫ କରାଯାଇଥିଲା।

’ମହାକୁମ୍ଭ ୨୦୨୫’ ସମୟରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ସନୋଜ ମିଶ୍ର ତାଙ୍କ ଫିଲ୍ମ ଅଫର୍‌ କରିଥିଲେ। ଏହି ଘୋଷଣା ପରେ ସେ ଚର୍ଚ୍ଚାକୁ ଆସିଲେ। ନିର୍ଦ୍ଦେଶକଙ୍କ ବିରୋଧରେ ପୂର୍ବରୁ ହୋଇଥିବା ଅଭିଯୋଗଗୁଡ଼ିକୁ ମଧ୍ୟ ସୋସିଆଲ ମିଡିଆରେ ବ୍ୟାପକ ଭାବରେ ପ୍ରଚାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri