କେରଳରୁ ଆଉ ଏକ ସେଲ୍‌ କମ୍ପାନୀର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଫୁଟ୍‌ବଲ ବେଟିଂ/ଗେମିଙ୍ଗ୍‌ ଆପ୍‌(18football.com)ରେ ଦେଶବ୍ୟାପୀ ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଆଉ ଜଣେ ଅଭିଯୁକ୍ତଙ୍କୁ କେରଳରୁ ଗିରଫ କରିଛି। ସେ ହେଲେ କେରଳ ଥ୍ରିସୁର ଅଞ୍ଚଳର ଦିଲୀପ କୁମାର। ଅଭିଯୁକ୍ତ ଦିଲୀପ କେରଳରେ ପଞ୍ଜୀକୃତ ହୋଇଥିବା ‘ପ୍ରିୱେଷ୍ଟ୍‌ ଗ୍ଲୋବାଲ ସଲ୍ୟୁଶନ୍‌ ପ୍ରାଇଭେଟ୍‌ ଲିଃ’ ନାମକ ଏକ ସେଲ୍‌ କମ୍ପାନୀର ନିର୍ଦ୍ଦେଶକ ଅଛନ୍ତି। ତାଙ୍କୁ ସ୍ଥାନୀୟ କୋର୍ଟରେ ହାଜର ପରେ ୬ ଦିନିଆ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ଓଡ଼ିଶା ଅଣାଯାଉଛି। ତେବେ ଦିଲୀପଙ୍କ ସେଲ କମ୍ପାନୀ ଦ୍ୱାରା ୧୯.୪୯ କୋଟି ଟଙ୍କାର ବେଆଇନ କାରବାର ହୋଇଛି। ଏପରି କି ସେ ‘ଓମାନା ଫାଉଣ୍ଡେଶନ୍‌ ପବ୍ଲିକ ଚାରିଟେବଲ ଟ୍ରଷ୍ଟ’ର ପ୍ରତିଷ୍ଠାତା ଅଛନ୍ତି। ଏହାଦ୍ୱାରା ମଧ୍ୟ ଠକେଇ ହୋଇଛି। ସେଲ କମ୍ପାନୀ ଓ ଚାରିଟେବଲ ଟ୍ରଷ୍ଟ ଦ୍ୱାରା ୪ରୁ ୫ ହଜାର ବେଆଇନ କାରବାର ହୋଇଥିବା ଇଓଡବ୍ଲ୍ୟୁ ପକ୍ଷରୁ କୁହାଯାଇଛି। ଏହି ମାମଲାରେ ପଶ୍ଚିମବଙ୍ଗସ୍ଥିତ ଅନ୍ୟ ଏକ ସେଲ୍‌ କମ୍ପାନୀର ୨ ନିର୍ଦ୍ଦେଶକ ଓ ରାଜସ୍ଥାନରୁ ଜଣେ ଅଭିଯୁକ୍ତ ଗିରଫ ହୋଇ ଏବେ ଜେଲରେ ଅଛନ୍ତି। ଏଥିସହ ପୂର୍ବରୁ ଏହି ର଼୍ୟାକେଟ୍‌ର ଦୁବାଇ ମାଷ୍ଟରମାଇଣ୍ଡ୍‌ ମହମ୍ମଦ ସୈଫ୍‌ଙ୍କ ବିରୋଧରେ ଲୁକ୍‌ଆଉଟ୍‌ ସର୍କୁଲାର ମଧ୍ୟ ଜାରି ହୋଇଛି। ସେହିପରି ଚାଇନା ହଂକଂରେ ଥିବା ର଼୍ୟାକେଟ୍‌ର ମୁଖ୍ୟ ମାଷ୍ଟରମାଇଣ୍ଡଙ୍କୁ ଚିହ୍ନଟ କରିବାକୁ ଇଓଡବ୍ଲ୍ୟୁ ପ୍ରୟାସ ଜାରି ରଖିଥିବା ସୂଚନା ଦିଆଯାଇଛି।
ଏଜେଣ୍ଟମାନେ ଭାରତ, ଚାଇନା, ଦୁବାଇ ସମେତ ବିଭିନ୍ନ ଦେଶରେ ରହି ଠକେଇ କରନ୍ତି। ସେମାନେ ଆପ୍‌ ଲିଙ୍କ୍‌କୁ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ ମାଧ୍ୟମରେ ଲୋକଙ୍କୁ ପଠାଇବା ପରେ ଏକ ଆକାଉଣ୍ଟ ଖୋଲିବାକୁ କହିଥାନ୍ତି। ଉକ୍ତ ଆପ୍‌ରେ ହେଉଥିବା ଫୁଟ୍‌ବଲ୍‌ ମ୍ୟାଚ୍‌ରେ ଟଙ୍କା ଜମା କରିବାକୁ କୁହାଯାଇଥାଏ। ଆପ୍‌ ଦ୍ୱାରା ଟଙ୍କା ନିବେଶ କରିବା ପରେ ରିଟର୍ନ ସହ ବିଭିନ୍ନ ବୋନସ୍‌ ଆଦି ମିଳିବାର ଲୋଭ ଦେଖାଯାଇଥାଏ। ପୋଲିସଠୁ ବର୍ତ୍ତିବା ପାଇଁ ସେମାନେ ବିଭିନ୍ନ ସେଲ କମ୍ପାନୀ ଖୋଲି ଟଙ୍କା ନେଣଦେଣ କରୁଥିଲେ। ୨୦୨୧ରେ ଗଞ୍ଜାମର ୮୦୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଠକେଇର ଶିକାର ହୋଇ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହରାଇଥିଲେ। ଅଭିଯୋଗ ଆଧାରରେ ଇଓଡବ୍ଲ୍ୟୁ ଗତ ଫେବୃୟାରୀ ୧୭ରେ ଏକ ମାମଲା (ନଂ.୬/୨୦୨୩) ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ଏଥିରେ ଏପର୍ଯ୍ୟନ୍ତ ୫୨୫ କୋଟି କାରବାରର ତଥ୍ୟ ମିଳିଥିବା ଇଓଡବ୍ଲ୍ୟୁ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?