ଝାଡ଼ାବାନ୍ତି ପ୍ରଭାବିତ ଗ୍ରାମରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଦଶମନ୍ତପୁର, ୨୩ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁରରେ ଝାଡ଼ାବାନ୍ତି ବ୍ୟାପୀ ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇଦେଇଛି। ଏହି ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ୧୪ ଜଣ ଚିକିତ୍ସାଧୀନ ଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଗୁରୁବାର ଏହି ସଂଖ୍ୟା ୩୦ ଥିଲା। ତେବେ ବ୍ଲକ ପ୍ରଶାସନ, ଜଳ ଓ ପରିମଳ ବିଭାଗ ଏବଂ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନେ ଆକ୍ରାନ୍ତ ଗ୍ରାମକୁ ବାରମ୍ବାର ଗସ୍ତକରି ଚିକିତ୍ସା ସହ ଅନ୍ୟାନ୍ୟ ବ୍ୟବସ୍ଥା କରୁଥିବା ବେଳେ ଶୁକ୍ରବାର ସ୍ଥିତି ଅନୁଧ୍ୟାନ ଲାଗି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଗସ୍ତ କରିଛନ୍ତି। ତାଙ୍କ ସହ ଯୁଗ୍ମ ନିର୍ଦ୍ଦେଶକ ଡାକ୍ତର ଅଶୋକ ପାଇକରାୟ ଥିଲେ। ବ୍ଲକର ଝାଡ଼ାବାନ୍ତି ପ୍ରଭାବିତ ଡୁମ୍ବାଗୁଡା ପଞ୍ଚାୟତର ହାତୀମୁଣ୍ଡା ଗ୍ରାମ ଏବଂ ଗିର୍ଲିଗୁମ୍ମା ପଞ୍ଚାୟତର ଛତାଆମ୍ବ ଗ୍ରାମରେ ଶୁକ୍ରବାର ପହଞ୍ଚତ୍ ଅନୁଧ୍ୟାନକରି ଉପସ୍ଥିତ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଜିଲା ଚିକିତ୍ସା ଅଧିକାରୀ ଡା. ଅରୁଣ ପାଢ଼ୀ, ଦଶମନ୍ତପୁର ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶ୍ରୀରାମ ପରିଡ଼ା, ବିପିଏମ୍‌ ଶ୍ରୀକାନ୍ତ ଦାସ, ଡା. ସୁନିତା ଜେନା, ବିଡିଓ ଡମ୍ବରୁଧର ମଲ୍ଲିକ, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର କନିଷ୍ଠ ଯନ୍ତ୍ରୀ ଡି.କେ.ନାୟକ ଉପସ୍ଥିତ ଥିଲେ। ପ୍ରତ୍ୟେକ ଘରକୁ ଯାଇ ଲୋକଙ୍କୁ ସଚେତନ କରିବା ନେଇ ଡାକ୍ତର ମିଶ୍ର ଗୁରୁତ୍ୱାରୋପ କରିଥିଲେ। ଡୁମ୍ବାଗୁଡ଼ାରେ ଶୁକ୍ରବାର ୨ ଜଣ ଏବଂ ଚିକାମ୍ବ ପଞ୍ଚାୟତର ମାଙ୍କଡାମୁଣ୍ଡି ଗ୍ରାମର ଲୁକିଆ ଜାନି,ହେତୁ ଜାନ,ଫଟକିଜମର ଗ୍ରାମର ଉଷା ବାଗ,ଛତାମ୍ବ ଗ୍ରାମରସମାଇ ମୁଦୁଲି ଓ ରଇବାରି ଜାନି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଡା. ଶ୍ରୀରାମ ପରିଡ଼ା ସୂଚନା ଦେଇଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ବର୍ତ୍ତମାନ୧୪ ଜଣ ରୋଗୀ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଡା. ପରିଡ଼ା କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଝାଡ଼ାବାନ୍ତିରେ ୨ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?