ରୋବୋସ୍ମାର୍ଟ କମ୍ପାନୀର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୨୧ା୮(ସୂର୍ଯ୍ୟକାନ୍ତ ବେହେରା):ସାଢ଼େ ୯ ଲକ୍ଷରୁ ଅଧିକ ଟଙ୍କା ଠକିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ରୋବୋସ୍ମାର୍ଟ ଲ୍ୟାବ ପ୍ରା.ଲି.ର ମାଲିକ ତଥା ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ରାଜସ୍ଥାନର ଜଗଦୀଶ ପାରିକା। ଏନେଇ ପୋଲିସ ଏକ ମାମଲା (ନଂ ୨୮୪/୨୩) ରୁଜୁ କରି ଜଗଦୀଶଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଅଭିଯୁକ୍ତ ଜଗଦୀଶ ପୂର୍ବରୁ ପଶ୍ଚିମବଙ୍ଗ ପୋଲିସ ଦ୍ୱାରା ୨ଥର ଗିରଫ ହୋଇଥିବା ତଦନ୍ତ ବେଳେ ଜଣାପଡିଛି। ସୂଚନାନୁସାନେ, ଜଗଦୀଶ ଓ ସହଯୋଗୀ ସ୍ତୃତିଧର ବିଭିନ୍ନ ରାଜ୍ୟରେ ସେମାନଙ୍କ କମ୍ପାନୀର ଫ୍ରାଞ୍ଚାଇଜ୍‌ ଖୋଲିବାକୁ ଲୋକଙ୍କୁ ପ୍ରବର୍ତ୍ତାଇଥିଲେ। ଏଥିପାଇଁ ସେମାନେ ଭୁବନେଶ୍ୱରକୁ ଆସି ଏକ ତାରକା ହୋଟେଲରେ ସଭାର ଆୟୋଜନ କରି ନିବେଶକଙ୍କ ବିଶ୍ୱାସ ହାସଲ କରିଥିଲେ। ଏହିପରିପ୍ରକ୍ଷୀରେ ଅଭିଯୁକ୍ତ ଦ୍ୱୟ ଝାରସୁଗୁଡାରେ ରୋବୋଟିକ୍ସ ଶିକ୍ଷା ପାଇଁ ଫ୍ରାଞ୍ଚାଇଜ ଆରମ୍ଭ କରିବା ପାଇଁ ଲୋକଙ୍କଠାରୁ ପୁଞ୍ଜି ସଂଗ୍ରହ କରି ଠକେଇ କରିଥିଲେ। ଅଭିଯୋଗକାରୀ ୯ ଲକ୍ଷ ୬୬ ହଜାର ୬୬୬ ଟଙ୍କା ରୋବୋସ୍ମାର୍ଟ କମ୍ପାନୀକୁ ଦେୟ ଦେବା ସତ୍ତ୍ୱେ ଉକ୍ତ ଶିକ୍ଷା ପାଇଁ କୌଣସି ବୈଷୟିକ ସହାୟତା ଓ ସାମଗ୍ରୀ ଯୋଗାଇ ଦିଆଯାଇ ନ ଥିଲା। ଠକାମିର ଶିକାର ହେବା ଜାଣିବା ପରେ ସେ ଏନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?