ବଲିଉଡ୍‌ରେ ଶୋକ: ପରପାରିରେ ନିର୍ଦ୍ଦେଶକ ରଜତ

ମୁମ୍ବାଇ,୧୯।୭: ବଲିଉଡ୍‌ ଦୁନିଆକୁ ଲାଗିଛି ଆଉ ଏକ ଧକ୍କା। ନାମୀଦାମୀ ନିର୍ଦ୍ଦେଶକ ରଜତ ମୁଖାର୍ଜୀଙ୍କୁ ହରାଇଛି ସିନେ ଦୁନିଆ। ଶନିବାର ରାତିରେ ଜୟପୁରଠାରେ ତାଙ୍କର ଦେହାନ୍ତ ହୋଇଥିବା କୁହାଯାଉଛି। ତେବେ ଗତ ଏପ୍ରିଲ ମାସରୁ ସେ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ଚିକିତ୍ସା ଚାଲୁଥିବା ସମୟରେ ହିଁ ତାଙ୍କର ପରଲୋକ ହୋଇଛି। ବଲିଉଡ୍‌ ଅଭିନେତା ମନୋଜ ବାଜପେୟୀ ଏହି ଖବର ଶୁଣି ଭାଙ୍ଗି ପଡିବା ସହ ସୋସିଆଲ ମିଡିଆ ଜରିଆରେ ଶୋକ ପ୍ରକାଶ କରିଛନ୍ତି। ରଜତ ମୁମ୍ବାଇରେ ରହୁଥିବା ବେଳେ ଲକ୍‌ଡାଉନ ଯୋଗୁ ସେ ତାଙ୍କ ହୋମ୍‌ଟାଇନ ଜୟପୁର ଚାଲି ଯାଇଥିଲେ। ତାଙ୍କର କିଡ୍‌ନୀ ସମସ୍ୟା ସହ ଫୁସ୍‌ଫୁସ୍‌ରେ ଇନ୍‌ଫେକ୍ସନ ମଧ୍ୟ ଥିଲା। ନିର୍ଦ୍ଦେଶକ ରଜତ ମୁଖାର୍ଜୀ ପ୍ୟାର ତୁନେ କ୍ୟା କିୟା, ରୋଡ, ଲଭ୍‌ ଇନ୍‌ ନେପାଳ ଓ ଉମ୍ମିଦ ଭଳି ଫିଲ୍ମ ଭେଟି ଦେଇଥିଲେ ଦର୍ଶକଙ୍କୁ। ତାଙ୍କ ବିୟୋଗରେ ଅଭିନେତା ମନୋଜ ବାଜପେୟୀ ଟୁଇଟ୍‌ କରି ଲେଖିଛନ୍ତି, ଏହି ଖବରକୁ ମୁଁ ବିଶ୍ୱାସ କରିପାରୁନାହିଁ। ଆମେ ଆଉ କେବେ ମିଶିବାନି କି କାମକୁ ନେଇ ଚର୍ଚ୍ଚା କରିବାନି ବୋଲି ମୋତେ ବିଶ୍ୱାସ ହେଉନି। ଯେଉଁଠି ଅଛ ବନ୍ଧୁ ସୁଖରେ ଥାଅ। ହଂସଲ ମେହେତା ଲେଖିଛନ୍ତି ବନ୍ଧୁ ତୁମେ ସବୁଦିନ ପାଇଁ ମନେ ରହିବ। ରଜତଙ୍କ ଦେହାନ୍ତ ପରେ ୨୦୨୦ ବଲିଉଡ୍‌ ଦୁନିଆ ପାଇଁ କେବଳ ଦୁଃଖ ନେଇ ଆସିଛି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri