ଅଡ଼ୁଆରେ ନିର୍ଦ୍ଦେଶକ କରନ୍‌ ଜୋହର: ଦୀପିକାଙ୍କ ଆଗାମୀ ଫିଲ୍ମରୁ ହଟିବ ନାମ

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ହିନ୍ଦୀ ସିନେମାର ଭେଟେରାନ ନିର୍ମାତା, ନିର୍ଦ୍ଦେଶକ କରନ୍‌ ଜୋହରଙ୍କ ବିରୋଧରେ ସୋସିଆଲ ମିଡିଆରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହା କରନ୍‌ଙ୍କ ଆଗାମୀ ଚଳଚ୍ଚିତ୍ର ପାଇଁ ସମସ୍ୟା ସୃଷ୍ଟି କରିବା ଆରମ୍ଭ କରିଛି। ରିଲାଏନ୍ସ ଏଣ୍ଟରଟେନମେଣ୍ଟ ସହିତ ନିର୍ମିତ ତାଙ୍କ ଚଳଚ୍ଚିତ୍ର ସୂର୍ଯ୍ୟବଂଶୀରୁ ତାଙ୍କ ନାମ ହଟାଯିବା ଗୁଜବ ଭୁଲ ପ୍ରମାଣିତ ହୋଇଛି। ଶକୁନ ବତ୍ରାଙ୍କ ନିର୍ଦ୍ଦେଶନାରେ ନିର୍ମିତ ହେବାକୁ ଥିବା ଦୀପିକା ପାଦୁକୋନଙ୍କ ଅଭିନୀତ ଏହି ଫିଲ୍ମରୁ ନିର୍ମାତା ଭାବରେ ତାଙ୍କ ନାମ ହଟାଇବାକୁ ଏବେ ଆଲୋଚନା ଆରମ୍ଭ ହୋଇଛି।

ଦୀପିକା ପାଦୁକୋନ, ସିଦ୍ଧନ୍ତ ଚାଟୁର୍ବେଦୀ ଏବଂ ଅନନ୍ୟା ପାଣ୍ଡେଙ୍କ ଅଭିନିତ ଶକୁନ ବତ୍ରାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ଶୁଟିଂ କରୋନା ଯୋଗୁ ବନ୍ଦ ହୋଇଥିବା ବେଳେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ କାରଣରୁ ସ୍ଥଗିତ ରହିଛି। ଏହି ଚଳଚ୍ଚିତ୍ରର ଶୁଟିଂ ଚଳିତ ଗ୍ରୀଷ୍ମ ଋତୁରୁ ଶ୍ରୀଲଙ୍କାରେ ଆରମ୍ଭ ହେବାକୁ ଥିଲା। ବର୍ତ୍ତମାନ ଅନ୍‌ଲକ-୨ ଆରମ୍ଭ ହୋଇଛି। ଆଶା କରାଯାଉଛି ଯେ, ଖୁବ ଶୀଘ୍ର ଅନ୍ତର୍ଜାତୀୟ ବିମାନ ଉଡାଣ ମଞ୍ଜୁରି ମିଳିଯିବ। ଦୀପିକା ତାଙ୍କ ଫିଲ୍ମ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ ଓ ଫିଲ୍ମ ପାଇଁ ସେ ଯୋଗ ଶିଖିବା ଆରମ୍ଭ କରିଛନ୍ତି।

ଶକୁନ ବତ୍ରାଙ୍କ ନିର୍ଦ୍ଦେଶନାରେ ଶୁଟିଂ ଆରମ୍ଭ ହେବା ପୂର୍ବରୁ ଦୀପିକା ପାଦୁକୋନଙ୍କ ଯୋଗ ଶିଖିବା ଏହି ଚଳଚ୍ଚିତ୍ର ପାଇଁ ପ୍ରସ୍ତୁତିର ଏକ ଅଂଶ। ଏହା ମଧ୍ୟ କୁହାଯାଇଥିଲା ଯେ ଏହି ପ୍ରଶିକ୍ଷଣରେ ତାଙ୍କ ଭୂମିକା ସହିତ କିଛି ସମ୍ପର୍କ ରହିପାରେ। ଏହା ସହ ନିର୍ମାତାମାନେ ଚଳଚ୍ଚିତ୍ର ସହ ଜଡିତ ସମସ୍ତ ତଥ୍ୟର ରହସ୍ୟ ବଜାୟ ରଖିଛନ୍ତି।

ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକମାନେ କିଛି ଦିନ ପୂର୍ବରୁ କରନ୍‌ ଜୋହରଙ୍କ ଫିଲ୍ମ ସୂର୍ଯ୍ୟବଂଶୀ ପୋଷ୍ଟରରୁ ତାଙ୍କ ନାମ ହଟାଇବା ବିଷୟରେ କହିବା ଆରମ୍ଭ କଲେ। କୁହାଯାଉଥିଲା ଯେ କରନଙ୍କ ନାମ ଫିଲ୍ମର ପୋଷ୍ଟରରୁ ଏଥିପାଇଁ ହଟାଯିବ ଯେପରି ସୁଶାନ୍ତଙ୍କ ପ୍ରଶଂସକମାନେ ଫିଲ୍ମକୁ ତିରସ୍କାର କରିବେ ନାହିଁ । ରିଲାଏନ୍ସ ଏଣ୍ଟରଟେନମେଣ୍ଟ ଏହାକୁ ନେଇ ଏକ ଟୁଇଟ ମାଧ୍ୟମରେ ବ୍ୟାଖ୍ୟା କରିଛ ଯେ କମ୍ପାନୀ ପକ୍ଷରୁ ଏହି ଟୁଇଟ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?