ପୋଲିସ ଅଧିକାରୀଙ୍କୁ କାଉନ୍‌ସେଲିଂ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ

କଟକ,୨୨ା୬ (କାର୍ତ୍ତିକ ସାହୁ)ପୋଲିସ ଅଧିକାରୀମାନେ ଲୋକଙ୍କ ସହ ବ୍ୟବହାର କଲାବେଳେ ସେମାନଙ୍କ ମାନବିକ ଅଧିକାରର ସୁରକ୍ଷା ପ୍ରତି ସଚେତନ ରହିବେ। ଏନେଇ ପର୍ଯ୍ୟାୟକ୍ରମେ ପୋଲିସ ଅଧିକାରୀମାନଙ୍କୁ କାଉନ୍‌ସେଲିଂ କରିବା ପାଇଁ ପଦକ୍ଷେପ ନେବାକୁ ହାଇକୋର୍ଟ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର ଟାଉନ୍‌ ଥାନା ଆଗରେ ୩ ଯୋଡ଼ା ଝିଅପୁଅଙ୍କୁ ଆଣ୍ଠେଇବା ମାମଲାରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି। ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କ ଖଣ୍ଡପୀଠ ବୁଧବାର ମାମଲାର ଶୁଣାଣି କରି ଆବେଦନକାରୀ ଏଭଳି ଘଟଣାକୁ ଅଦାଲତଙ୍କ ନିକଟକୁ ଆଣିଥିବାରୁ ପ୍ରଶଂସା କରିଛନ୍ତି। ଅପରପକ୍ଷରେ ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ, ଏହି ଘଟଣାକୁ ୧୦ ବର୍ଷ ବିତିଗଲାଣି। ଘଟଣା ସହ ଜଡିତ ସମ୍ପୃକ୍ତ ଯୁବତୀଯୁବକମାନେ ଏବେ ନିଜ ନିଜ କ୍ଷେତ୍ରରେ ପ୍ରତିଷ୍ଠିତ ଜୀବନ ବିତାଉଛନ୍ତି। ଏସବୁକୁ ଦୃଷ୍ଟିରେ ରଖି କ୍ଷତିପୂରଣ ପ୍ରଦାନ ନେଇ ସେ ଆଉ ଆବେଦନ ଉପରେ ଜୋର ଦେଉନାହାନ୍ତି ବୋଲି ଅଦାଲତଙ୍କୁ ସ୍ପଷ୍ଟ କରିଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ୨୦୧୩ ଜାନୁୟାରୀ ୧୫ରେ ଯାଜପୁର ଟାଉନ ଥାନା ପୋଲିସ ନିକଟସ୍ଥ ଏକ ପାର୍କରୁ ୩ ଜଣ ଝିଅ ଓ ୩ ଜଣ ପୁଅଙ୍କୁ ଆଣି ଥାନା ସମ୍ମୁଖରେ ଆଣ୍ଠେଇ ଦେଇଥିଲା। ପୋଲିସର ଏହି କାର୍ଯ୍ୟ ପାଇଁ ସେମାନଙ୍କ ମାନବିକ ଅଧିକାର କ୍ଷୁଣ୍ଣ ହୋଇଥିବା ନେଇ ଆଇନଜୀବୀ ପ୍ରବୀର କୁମାର ଦାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ସେମାନଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ସେ ପ୍ରାର୍ଥନା କରିଥିଲେ। ହାଇକୋର୍ଟ ୨୦୨୩ ଜାନୁୟାରୀ ୯ ତାରିଖରେ ମାମଲାର ଶୁଣାଣି କରି ସମ୍ପୃକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ କ’ଣ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେନେଇ ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗତ ଏପ୍ରିଲ ୪ ତାରିଖ ଶୁଣାଣିରେ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ମାଧ୍ୟମରେ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା ଯେ, ଓଡ଼ିଶା ମାନବିକ ଅଧିକାର ଆୟୋଗ ଏହି ଘଟଣାରେ ନିଜଆଡୁ ମାମଲା ରୁଜୁକରି ତଦନ୍ତ କରିଥିଲେ। ପୋଲିସର ଏତାଦୃଶ କାର୍ଯ୍ୟ ଦ୍ୱାରା ମାନବିକ ଅଧିକାର ଉଲ୍ଲଂଘନ ହୋଇଛି ବୋଲି ଆୟୋଗ ମଧ୍ୟ ସ୍ପଷ୍ଟ କରିଥିଲେ। ସମ୍ପୃକ୍ତ ଆଇଆଇସି ଆଲୋକ ରଞ୍ଜନ ନାୟକଙ୍କୁ ଆଉ ଏପରି ନ କରିବା ପାଇଁ ତାଗିଦ୍‌ କରାଯାଇଛି। ଏଥିସହ ତାଙ୍କୁ କାଉନ୍‌ସେଲିଂ ମଧ୍ୟ କରାଯାଇଥିବା ସତ୍ୟପାଠରେ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri