କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ବିଦ୍ୟୁତ୍‌, ଉଦ୍ୟାନ ବିଭାଗ, ସମନ୍ବିତ ଶିଶୁ ବିକାଶ ଯୋଜନା, ପାନୀୟଜଳ, ରାସ୍ତା ଘାଟ ଭଳି ଉୟନମୂଳକ କାର୍ଯ୍ୟ ବିଷୟରେ ବିଡ଼ିଓ ଜନ୍ମେଜୟ ସ୍ବାଇଁ ଓ ସରପଞ୍ଚ, ସମିତି ମେମ୍ବରଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ବେଲଖଣ୍ଡି ଗ୍ରାମ ପଞ୍ଚାୟତ ସରପଞ୍ଚ ସୁଶାନ୍ତ ବାଗ ବେଲଖଣ୍ଡି ଗ୍ରାମ କଲୋନୀପଡ଼ାରେ ୪ଦିନ ବ୍ୟାପୀ ଝାଡ଼ାବାନ୍ତି ଲାଗିରହିଥିବାବେଳେ ମେଡିକାଲରେ ଚିକିତ୍ସା ଅବହେଳା କରିଥିବା ପ୍ରସଙ୍ଗ ଉଠାଇଥିଲେ।

ସୂଚନାଯୋଗ୍ୟ କଲୋନୀପଡ଼ାର ସୁବାସ ଛତ୍ରିଆଙ୍କ ଘରେ ଗତ ରବିବାର ଭୋଜିର ଆୟୋଜନ ହୋଇଥିଲା। ଆମନ୍ତ୍ରଣ କ୍ରମେ ସୁବାସଙ୍କ ଶତାଧିକ ବନ୍ଧୁ, ପରିଜନ ଭୋଜିରେ ଚିକେନ, ମାଛ ଆଦି ଖାଇଥିଲେ। ହେଲେ ସେହି ରାତିରେ ଲୋକଙ୍କ ଝାଡାବାନ୍ତି ଆରମ୍ଭ ହୋଇଥିଲା। ସରପଞ୍ଚ ବାଗ ବେଲଖଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରକୁ ଖବର ଦେଇଥିଲେ ମଧ୍ୟ ଡାକ୍ତର, କର୍ମଚାରୀ ଠିକ୍‌ ଭାବେ ଚିକିତ୍ସା ନ କରି ଫେରିଯାଇଥିବା ଅଭିଯୋଗ କରିଥିଲେ। ଏହାର ଉତ୍ତରରେ ବେଲଖଣ୍ଡି ହସ୍ପିଟାଲର ମେଡିକାଲ ଅଫିସର ଡା. ପ୍ରତିଭା ରାୟ କହିଲେ ଯେ, ସମସ୍ତ ରୋଗୀଙ୍କ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ରୋଗୀ ସଂଖ୍ୟା ଅଧିକ ହେବାରୁ ବିଭିନ୍ନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ପ୍ରକାଶ କରିଥିଲେ। ବୁଧବାର ପାଷ୍ଟିକୁଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଭବାନୀପାଟଣାର ଏକ ମେଡିକାଲ ଟିମ୍‌ ଗ୍ରାମରେ ପହଞ୍ଚତ୍ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୀଳାବତୀ ତାଣ୍ଡି (୪୩), ବିନୋଦିନି ତାଣ୍ଡି (୫୯), ସମୀକ୍ଷା ନାଏକ (୨୨), କୁମୁଦିନି ଛଟ୍ରିଆ (୫୬)ଙ୍କ ସମେତ ୧୨ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri