ସ୍କୁଲ ନଳକୂଅରୁ ବାହାରୁଛି ଗୋଳିଆ ପାଣି

ନନ୍ଦାହାଣ୍ଡି,୧୭।୮(ପ୍ରତୀପ କୁମାର ଦାଶ)ବିଦ୍ୟାଳୟରେ ପାଠପଢ଼ା ସହ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାରୀ ଯୋଜନା ହିସାବରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ସମସ୍ତ ବିଦ୍ୟାଳୟ ମଧ୍ୟରେ ପିଇବା ପାଣି ପାଇଁ ମଧ୍ୟ ସୁବିଧା କରାଯାଇଛି। କିନ୍ତୁ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକର ନରସିଂହଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରାୟ ଏକ ବର୍ଷରୁ ଊଦ୍ଧର୍‌ବ ସମୟରୁ ପିଇବା ପାଣି ସମସ୍ୟା ଦେଖା ଦେଇଛି।
ଚଳିତ ବର୍ଷ ୨୦୦ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ମଧ୍ୟ ହେଉଛି । ବିଦ୍ୟାଳୟ ପରିସର ମଧ୍ୟରେ ଗୋଟିଏ ନଳକୂପ ବର୍ଷ ତଳୁ ଖୋଲା ଯାଇଥିବାବେଳେ ଏବେ ସେଠାରୁ ଗୋଳିଆ ଦୁର୍ଗନ୍ଧମୟ ପାଣି ବାହାରୁଛି। ଯାହାକି ପିଇବା ଏବଂ ରୋଷେଇ କରିବା ଯୋଗ୍ୟ ନାହିଁ। ୨୦୦ ପିଲାଙ୍କ ରୋଷେଇ ପାଇଁ ବହୁ ପରିମାଣର ପାଣି ଆବଶ୍ୟକ ହେଉଥିବାରୁ ବିଦ୍ୟାଳୟ ବାହାରୁ ପାଣି ଆଣିବା କଷ୍ଟ ହେଉଥିବା ରୋଷେୟାମାନେ କହିଛନ୍ତି। ପିଇବା ପାଣି ପାଇଁ ଛାତ୍ରୀଛାତ୍ର ସ୍କୁଲ ବାହାରକୁ ଯିବାକୁ ବାଧ୍ୟ ହେଉଛନ୍ତି। ବିଦ୍ୟାଳୟ ପକ୍ଷରୁ ଅଭିଯୋଗ ପରେ ନଳକୂପ ପାଣିର ନମୂନା ପରୀକ୍ଷା ପାଇଁ ପଠା ଯାଇଥିଲା। ୭ ଫେବୃଆରୀ ୨୦୨୨ରେ ନମୁନା ପରୀକ୍ଷା କରି ଏକ ରିପୋର୍ଟ ଦିଆଯାଇଥିଲା। ରିପୋର୍ଟ ମୁତାବକ ଏହି ନଳକୂପର ପାଣି ବ୍ୟବହାର ଯୋଗ୍ୟ ନାହିଁ । ୨୦୨୨ ଏପ୍ରିଲ ମାସରେ ଗ୍ରାମବାସୀ ଏବଂ ବିଦ୍ୟାଳୟ କମିଟି ପକ୍ଷରୁ ଉକ୍ତ ରିପୋର୍ଟ ସଂଲଗ୍ନ କରି ଏକ ଲିଖିତ ଅଭିଯୋଗ ବିଡିଓଙ୍କୁ ଦିଆଯାଇଥିଲା। ସମସ୍ୟା ସମାଧାନ ପ୍ରତିଶ୍ରୁତି ମିଳିଥିଲା କିନ୍ତୁ ଫଳ ଶୁନ। ବେଳେବେଳେ ପିଲାମାନେ ଉକ୍ତ ନଳକୂଅରୁ ପାଣି ପିଇଦେଉଥିବାରୁ ସେମାନଙ୍କ ସ୍ବାସ୍ଥ୍ୟ ଖରାପ ହେବାର ଆଶଙ୍କା ରହିଛି। ସମସ୍ୟା ସମ୍ପର୍କରେ ପ୍ରଶାସନକୁ ଜଣାଇବା ବ୍ୟତିତ ଅନ୍ୟ କୌଣସି ଉପାୟ ନ ଥିବା ପ୍ରଧାନ ଶିକ୍ଷକ ବଳିରାମ ଭତରା କହିଛନ୍ତି। ଏ ବିଷୟରେ ନନ୍ଦାହାଣ୍ଡି ବିଡିଓ କ୍ଷୀରୋଦ ଚନ୍ଦ୍ର ସାହୁଙ୍କୁ ପଚାରିବାରୁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଜେଇଙ୍କୁ ସେହି ସ୍କୁଲକୁ ପଠାଇ ସମସ୍ୟା ସମାଧାନ କରାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri