ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ ଲୋକଙ୍କ ଘରକୁ ମଧ୍ୟ ମଇଲା, ଆବର୍ଜନା ସହିତ ବର୍ଷାପାଣି ପଶିଥିଲା। ବାନ୍ଦୁଟିକ୍ରା, ଖଜୁରଟିକ୍ରା, ଜର୍ଜ ହାଇସ୍କୁଲ ପଡ଼ିଆ ରାସ୍ତା, ୱାର୍ଡ଼ ନଂ.୧୪ ରେଳଷ୍ଟେଶନପଡ଼ା, ଅମ୍ବାପାଲି ସମେତ ବିଭିନ୍ନ ଅଞ୍ଚଳରେ ଏଭଳି ସ୍ଥିତି ଉପୁଜିଥିଲା। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିବାବେଳେ ମଙ୍ଗଳବାର ପୂର୍ବତନ ବରଗଡ଼ ବିଧାୟକ ସାଧୁ ନେପାକ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଭେଟି ସହରରେ ଦେଖାଯାଇଥିବା ଡ୍ରେନେଜ ସମସ୍ୟାର ତ୍ୱରିତ୍‌ ସମାଧାନ ଦିଗରେ ପଦକ୍ଷେପ ନେବାକୁ ଦାବି କରିବା ସହିତ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହାର ସମାଧାନର ବାଟ ଫିଟାଇବା ପାଇଁ ପୌର ପରିଷଦ, ପୂର୍ତ୍ତ, ଜନସ୍ବାସ୍ଥ୍ୟ(ପିଏଚଡି) ଆଦି ବିଭାଗର ସମନ୍ବୟ ବୈଠକ କରିବାର ଆବଶ୍ୟକତା ରହିଛି ବୋଲି ନେପାକ କହିଛନ୍ତି। ଯଦି ସହରରେ ତୁରନ୍ତ ଡ୍ରେନେଜ ସମସ୍ୟାର ସମାଧାନ କରା ନ ଯାଏ, ଆଗକୁ ଯେଉଁ ସ୍ଥିତି ଉପୁଜିବ, ସେଥିପାଇଁ ପ୍ରଶାସନ ହିଁ ଦାୟୀ ରହିବ ବୋଲି ନେପାକ ଚେତାବନୀ ଦେଇଛନ୍ତି। ନେପାକଙ୍କ ସହିତ ଅବଦୁଲ ଗଫାର ମଧ୍ୟ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?