ଘରୋଇ ଯୋଗାଣ ପାଇପ୍‌ରେ ଗୋଳିଆ ପାଣି, ନେବାକୁ ଜମୁଛି ଲୋକଙ୍କ ଭିଡ଼

ବାଲିଗୁଡ଼ା,୭ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ଅଞ୍ଚଳରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ କରାଯାଉଛି। କିନ୍ତୁ ବର୍ତ୍ତମାନ କିଛି ଦିନ ହେଲା ଗୋଳିଆ ପାଣି ଆସୁଥିବାରୁ ଏହା ବ୍ୟବହାର ହୋଇପାରୁନାହିଁ। ଯାହା ଫଳରେ ସାହି ବାସିନ୍ଦା ବାଧ୍ୟ ହୋଇ କୂଅ ଓ ନଳକୂପ ଉପରେ ଭରସା କରୁଛନ୍ତି। ଏହି ଗୋଳିଆ ପାଣି ପିଇ କରି ଓ୍ବାର୍ଡବାସିନ୍ଦା ଥଣ୍ଡା,କାଶ, ଜ୍ୱର ଭଳି ବିଭିନ୍ନ ପ୍ରକାର ସଂକ୍ରମକ ରୋଗରେ ଆକ୍ରାନ୍ତ ହେଉଛନ୍ତି। ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ରହିଛି ୧୩ଟି ଓ୍ବାର୍ଡ। ସମସ୍ତ ଓ୍ବାର୍ଡ଼ରେ ଥିବା ପାଇପ୍‌ରେ ଆସୁଛି ଗୋଳିଆ ପାଣି। କାଦୁଅ ପାଣି ଭଳି ଭଳି ଦେଖାଯାଉଥିବା ବେଳେ ଏହା ଆଦୌ ବ୍ୟବହାର କରାଯାଇ ପାରୁନାହିଁ। ଏ ନେଇ ଓ୍ବାର୍ଡ଼ ବାସିନ୍ଦା ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି କୂଅ, ନଳକୂଅ ପାଣି ଆଣି ବ୍ୟବହାର କରୁଛନ୍ତି। ଗୋଳିପାଣି ବ୍ୟବହାର କରିବା ଦ୍ୱାରା କାଛୁ କୁଣ୍ଡିଆ ଭଳି ବିଭିନ୍ନ ସଂକ୍ରାମକ ରୋଗ ହେବା ଆଶଙ୍କା ରହିଥିବା କୁହାଯାଉଛି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗର ଯନ୍ତ୍ରୀ ଏ.ଚକ୍ରଧରଙ୍କୁ ପଚାରିବାରୁ ବର୍ଷାଦିନ ଯୋଗୁ ନଦୀରେ ଗୋଳି ପାଣି ଆସୁଛି। କେମିକାଲ ମିଶାଇ ଗୋଳି କଟାଯାଉଛି। ତଥାପି କାହିଁକି ଗୋଳି ପାଣି ଯୋଗାଣ ହେଉଛି ଏନେଇ ଅନୁଧ୍ୟାନ କରିବା ସହ ଅତିଶୀଘ୍ର ସଫା ପାଣି ଦେବାକୁ ଆମର ଚେଷ୍ଟା ଜାରି ରହିଛି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri