୪ ଦଫା ଦାବିରେ ପ୍ରଶାସନର ଦ୍ୱାରସ୍ଥ ବିକଳାଙ୍ଗ ମଞ୍ଚ

ଭଣ୍ଡାରିପୋଖରୀ, ୨୫।୬: ଭଦ୍ରକ ଜିଲା ଭଣ୍ଡାରିପୋଖରୀ କଲ୍ୟାଣ ମଣ୍ଡପଠାରେ ଓଡ଼ିଶା ବିକଳାଙ୍ଗ ମଞ୍ଚ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଞ୍ଚର ସମ୍ପାଦକ ଅକ୍ଷୟ କୁମାର ସାହୁ ଯୋଗଦେଇ ଦିବ୍ୟାଙ୍ଗ ଭଉଣୀ ଭାଇମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ପ୍ରଶାସନ ନିକଟରେ ପହଞ୍ଚାଇବାକୁ ଦୃଢ଼ ପ୍ରତିଶ୍ରୁତି ବଦ୍ଧ ବୋଲି କହିଥିଲେ। ସାମାଜିକ କର୍ମୀ ରାଜେଶ ବାରିକ ସରକାରଙ୍କ ଯୋଜନାକୁ ଦିବ୍ୟାଙ୍ଗମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ପ୍ରଶାସନ ସଦା ତତ୍ପର ରହିବା ଉଚିତ ବୋଲି ମତ ରଖିଥିଲେ। ବୈଠକ ଶେଷରେ ୨୦୦ରୁ ଊର୍ଦ୍ଧ୍ୱ ସଦସ୍ୟ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ବ୍ଲକ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ। ବିଡିଓଙ୍କୁ ଭେଟି ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ବିଶେଷକରି ଜଣେ ଦିବ୍ୟାଙ୍ଗ ପରିବାରକୁ ଆବାସ ଯୋଜନାରେ ଗୃହ ଯୋଗାଇବା, ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରିବା, ବସୁନ୍ଧରା ଯୋଜନାରେ ଜାଗା ଓ ପ୍ରତ୍ୟେକ ମାସ ୧୫ ତାରିଖ ସୁଦ୍ଧା ଭତ୍ତା ଯୋଗାଇଦେବା ପାଇଁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଅନୁରୂପ ଭାବେ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ବ୍ଲକ ସଭାପତି ଭାସ୍କର ଜେନା, କେଶବ ସାହୁ, ଯଦୁମଣି ଦାସ, ଉମାକାନ୍ତ ସେଠୀ, ଗଙ୍ଗାଧର ସେଠୀ, ସଞ୍ଜୁଲତା ସାହୁ, ବଂକୁଲି ସେଠୀ, ରାଜଶ୍ରୀ ନାୟକ ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri