ଭଣ୍ଡାରିପୋଖରୀ, ୨୫।୬: ଭଦ୍ରକ ଜିଲା ଭଣ୍ଡାରିପୋଖରୀ କଲ୍ୟାଣ ମଣ୍ଡପଠାରେ ଓଡ଼ିଶା ବିକଳାଙ୍ଗ ମଞ୍ଚ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଞ୍ଚର ସମ୍ପାଦକ ଅକ୍ଷୟ କୁମାର ସାହୁ ଯୋଗଦେଇ ଦିବ୍ୟାଙ୍ଗ ଭଉଣୀ ଭାଇମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ପ୍ରଶାସନ ନିକଟରେ ପହଞ୍ଚାଇବାକୁ ଦୃଢ଼ ପ୍ରତିଶ୍ରୁତି ବଦ୍ଧ ବୋଲି କହିଥିଲେ। ସାମାଜିକ କର୍ମୀ ରାଜେଶ ବାରିକ ସରକାରଙ୍କ ଯୋଜନାକୁ ଦିବ୍ୟାଙ୍ଗମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ପ୍ରଶାସନ ସଦା ତତ୍ପର ରହିବା ଉଚିତ ବୋଲି ମତ ରଖିଥିଲେ। ବୈଠକ ଶେଷରେ ୨୦୦ରୁ ଊର୍ଦ୍ଧ୍ୱ ସଦସ୍ୟ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ବ୍ଲକ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲେ। ବିଡିଓଙ୍କୁ ଭେଟି ୪ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଥିଲେ। ବିଶେଷକରି ଜଣେ ଦିବ୍ୟାଙ୍ଗ ପରିବାରକୁ ଆବାସ ଯୋଜନାରେ ଗୃହ ଯୋଗାଇବା, ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରିବା, ବସୁନ୍ଧରା ଯୋଜନାରେ ଜାଗା ଓ ପ୍ରତ୍ୟେକ ମାସ ୧୫ ତାରିଖ ସୁଦ୍ଧା ଭତ୍ତା ଯୋଗାଇଦେବା ପାଇଁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଅନୁରୂପ ଭାବେ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ବ୍ଲକ ସଭାପତି ଭାସ୍କର ଜେନା, କେଶବ ସାହୁ, ଯଦୁମଣି ଦାସ, ଉମାକାନ୍ତ ସେଠୀ, ଗଙ୍ଗାଧର ସେଠୀ, ସଞ୍ଜୁଲତା ସାହୁ, ବଂକୁଲି ସେଠୀ, ରାଜଶ୍ରୀ ନାୟକ ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ଭଦ୍ରକ View All
ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …
ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…
ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…
ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…
କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ
ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…
ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି
ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…
‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’
ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…
ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା
ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…
ନ୍ୟାଶନାଲ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା
ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍…
ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…
ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

